Posted inଫୁରସତ

ବିବାହର ୮ ଦିନ ପରେ ସ୍ତ୍ରୀଙ୍କୁ ଛାଡ଼ି ଅନ୍ୟ ଯୁବତୀ ସହ ଫେରାର୍‌ ହୋଇଗଲେ ବର

ରାମପୁର, ୯।୮: ନୂଆ ଜୀବନର ଅନେକ ସ୍ବପ୍ନ ନେଇ ଶାଶୁ ଘରେ ପହଞ୍ଚତ୍ଥିଲେ ନବବିବାହିତ କନ୍ୟା। ଏପରିକି ହାତରୁ ମେହେନ୍ଦି ମଧ୍ୟ ଲିଭି ନ ଥିଲା। ଅଗ୍ନିକୁ ସାକ୍ଷୀ ରଖି ସାତ ଜନ୍ମର ସାଥୀ ହେବା ଲାଗି ଯାହା ଭରସାରେ ଘରୁ ଗୋଡ଼ କାଢ଼ି ଆସିଥିଲା ଶେଷରେ ସିଏ ହିଁ ଧୋକା ଦେଲା। ବିବାହର ୮ ଦିନ ନ ବିତୁଣୁ ନବବିବାହିତ ସ୍ତ୍ରୀକୁ ଛାଡ଼ି ସ୍ବାମୀ ଆଉ ଜଣେ ଯୁବତୀ ସହ ଫେରାର୍‌ ହୋଇଯାଇଛନ୍ତି। ଏପରିକି ତାଙ୍କୁ ଆଉ ନ ଖୋଜିବା ଲାଗି ଯୁବକ ଜଣଙ୍କ ଫୋନ କରି ସ୍ତ୍ରୀଙ୍କୁ ଜଣାଇ ଦେଇଛନ୍ତି। ଏହି ଘଟଣାରେ ପୋଲିସ ଯୁବକଙ୍କ ନାମରେ ମାମଲା ରୁଜୁ କରି ଅନୁସନ୍ଧାନ ଆରମ୍ଭ କରିଛି।
ଏକ ଘଟଣା ଉତ୍ତର ପ୍ରଦେଶର ରାମପୁର ଜିଲାରେ ଘଟିଛି। ରାମପୁଜ ଜିଲାର ଅଜିମ ନଗର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁବତୀଙ୍କ ବିବାହ ୮ ଦିନ ତଳେ ସିରାଜ ନାମକ ଜଣେ ଯୁବକଙ୍କ ସହ ହୋଇଥିଲା। କିନ୍ତୁ ରବିବାର ସକାଳେ ହଠାତ୍‌ ସିରାଜ ଘରୁ କେଉଁଆଡ଼େ ପଳାଇ ଯାଇଥିଲେ। ବହୁ ଖୋଜାଖୋଜି ପରେ ମଧ୍ୟ ପରିବାର ଲୋକ ସିରାଜର କୌଣସି ପତ୍ତା ପାଇ ନ ଥିଲେ। ଏହାପରେ ଦ୍ୱିପହର ସମୟରେ ସିରାଜ ନିଜ ସ୍ତ୍ରୀଙ୍କୁ ଫୋନ କରି ସମସ୍ତ ଘଟଣା ଜଣାଇ ଦେଇଥିଲେ। ନିଜର ପୂର୍ବତନ ପ୍ରେମିକା ସହ ସେ ପଳାଇ ଯାଇଛନ୍ତି ଏବଂ ତାଙ୍କୁ ଆଉ ନ ଖୋଜିବା ଲାଗି ସିରାଜ ଫୋନ ଯୋଗେ ସ୍ତ୍ରୀଙ୍କୁ କହିଥିଲେ। ସ୍ବାମୀଙ୍କଠାରୁ ଏ ସମସ୍ତ ଘଟଣା ଶୁଣିବା ପରେ ନବବିବାହିତ କନ୍ୟା ଚେତାଶୂନ୍ୟ ହୋଇଯାଇଥିଲେ। ସମସ୍ତ ଘଟଣା ସେ ତାଙ୍କ ପରିବାର ସଦସ୍ୟଙ୍କୁ ଜଣାଇବା ସହିତ ସ୍ବାମୀଙ୍କ ନାମରେ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାରେ ପୋଲିସ ସିରାଜ ଓ ତାଙ୍କ ସହଯୋଗୀ ଅନ୍ୟ ଜଣେ ଯୁବକଙ୍କ ନାମରେ ମାମଲା ରୁଜୁ କରି ଖୋଜିବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri