୮ କୁକୁରଙ୍କୁ ଗୁଳିକରି ହତ୍ୟା

କୋହିମା: ନାଗାଲାଣ୍ଡର ଏକ ଛାତ୍ର ସଙ୍ଗଠନ ପକ୍ଷରୁ ୮ ପୋଷା କୁକୁରଙ୍କୁ ଗୁଳି କରି ହତ୍ୟା କରାଯାଇଛି। କୁକୁରଙ୍କୁ ଭାକ୍ସିନ ଦେବା ପାଇଁ କୁହାଯାଇଥିଲେ ମଧ୍ୟ ମାଲିକମାନେ ଦେଇ ନ ଥିବାରୁ ଛାତ୍ର ସଙ୍ଗଠନ ଏପରି କାଣ୍ଡ ଭିଆଇଛି। ମୋନ୍‌ ଜିଲା ଡେପୁଟି କମିଶନର ଥଭାସୀଲାନ୍‌ କେ. ଶୁକ୍ରବାର ଏନେଇ ମାମଲା ରୁଜୁ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ରିପୋର୍ଟ ଆସିବା ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ମେ’ ୧୭ରେ ଏହି କୁକୁରମାନଙ୍କୁ ହତ୍ୟା କରାଯାଇଥିଲା। ଏହାର କାରଣ ସମ୍ପର୍କରେ ବିଭିନ୍ନ ବିଷୟ ଶୁଣିବାକୁ ମିଳିଥିବା ସେ କହିଛନ୍ତି।
ପୋଲିସର କହିବା ହେଉଛି, ନୋକ୍‌ଜାଙ୍ଗ୍‌ ଷ୍ଟୁଡେଣ୍ଟସ୍‌ ୟୁନିୟନ୍‌ ପକ୍ଷରୁ ମୋନ୍‌ ଜିଲାରେ ମେ’ ୮ରେ ଏକ ନୋଟିସ କରାଯାଇଥିଲା। ଆଦିବାସୀ ଅଧ୍ୟୁସିତ ନୋକ୍‌ଜାଙ୍ଗ୍‌ ଗ୍ରାମରେ ମେ’ ୧୫ ତାରିଖ ପୂର୍ବରୁ ନିଜ ନିଜ କୁକୁରଙ୍କୁ ଜଳାତଙ୍କ ଟିକା ଦେବା ପାଇଁ ଏଥିରେ କୁହାଯାଇଥିଲା। ଭାକ୍ସିନ ନ ଦେଲେ କୁକୁରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଥିଲା। ଏହାସତ୍ତ୍ୱେ ମାଲିକମାନେ ଭାକ୍ସିନ ନ ଦେବାରୁ କୁକୁରମାନେ ଛୋଟପିଲା ଓ ଅନ୍ୟ ଜୀବଜନ୍ତୁଙ୍କୁ କାମୁଡ଼ିବାରେ ଲାଗିଥିଲେ। ତେଣୁ ଛାତ୍ର ସଙ୍ଗଠନ କର୍ମକର୍ତ୍ତା ୮ କୁକୁରଙ୍କୁ ଗୁଳି କରିଥିବା ପୋଲିସ କହିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ କେତେଜଣ କର୍ମକର୍ତ୍ତା ନିର୍ଦ୍ଦେଶ ମାନି ନ ଥିବା କୁକୁର ମାଲିକଙ୍କଠାରୁ ୫୦୦ ଟଙ୍କା ଲେଖାଏ ଜରିମାନା ଆଦାୟ କରିଛନ୍ତି। ମ୍ୟାନ୍‌ମାର, ଆସାମ ଓ ଅରୁଣାଚଳ ପ୍ରଦେଶ ସୀମା ସହ ସଂଲଗ୍ନ ନାଗାଲାଣ୍ଡ ମୋନ୍‌ ଜିଲାର ଜନସଂଖ୍ୟା ହେଉଛି ୨,୫୦,୨୬୦। ନାଗାଲାଣ୍ଡ ଓ ମିଜୋରାମର କେତେକ ସମ୍ପ୍ରଦାୟ ପାଇଁ କୁକୁର ମାଂସ ଏକ ସୁସ୍ବାଦୁ ବ୍ୟଞ୍ଜନ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?