ଚାକିରିରୁ ବିଦା ହେଲେ ୮ କର୍ମଚାରୀ, ୨୦ ନିଲମ୍ବିତ

ଭୁବନେଶ୍ୱର,୧୬।୧୧: ଅବକାରୀ ବିଭାଗ ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତ ଥିବା ବିଭାଗୀୟ ୮ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ୨୦ଜଣ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ବହିଷ୍କୃତ ୩ ଏଏସ୍‌ଆଇଙ୍କ ମଧ୍ୟରେ ଔରପଲକ ଦାସ, ସୁଦୀପ୍ତ ଦାସ ଓ ନିରଞ୍ଜନ ଖଟୁଆ ରହିଥିବା ବେଳେ ୫ କନଷ୍ଟେବଳଙ୍କ ମଧ୍ୟରେ ଦୀପକ ପାଣିଗ୍ରାହୀ, ତ୍ରିଲୋଚନ ରାଇଚିତା, ଆର୍‌ ଭେଙ୍କେଟସ କୁମାର, ତ୍ରିନାଥ ସବର ଓ ରାଜୀବ ଭଞ୍ଜ।

ବିଭାଗରେ ଥାଇ ସମ୍ପୃକ୍ତ କର୍ମଚାରୀ ଗଞ୍ଜେଇ ବେପାର କରୁଥିଲେ। ଏପରିକି କିଏ ଚୋରା ମଦ କାରବାରରେ ସମ୍ପୃକ୍ତ ଥିଲେ ତ ଆଉ କିଏ ଗଞ୍ଜେଇ ମାଫିଆଙ୍କ ସୁରକ୍ଷା କବଚ ପାଲଟିଥିଲେ। କାହା ନାଁରେ ଏକାଧିକ ମଦ କାଉଣ୍ଟର ତ ଆଉ କିଏ ଜବତ ହୋଇଥିବା କୁଇଣ୍ଟାଲ କୁଇଣ୍ଟାଲ ଗଞ୍ଜେଇ ନେଇ ବିକ୍ରି କରି ଦେଇଥିବା ବିଭାଗୀୟ ତଦନ୍ତ ବେଳେ ଜଣାପଡିଛି। ଆଗକୁ ଏଭଳି ସଫେଇ ଅଭିଯାନ ଜାରି ରହିବ ବୋଲି ଅବକାରୀ କମିଶନର ନରସିଂହ ଭୋଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସୁଜାତା ସାମିଲ ହେବା ପରେ ଶଙ୍ଖ ଭବନରୁ ଆସିଲା ବଡ଼ ଖବର: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୬: ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

ବିଜେଡିରେ ମିଶିବା ପରେ ସୁଜାତାଙ୍କର ଆସିଲା ପ୍ରଥମ ବୟାନ: କହିଦେଲେ ଏତେ ବଡ଼ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର, ୨୫।୬: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ…

ପିଲାଙ୍କୁ ମିଳିବ ସ୍କୁଲ ବ୍ୟାଗ୍‌, ଏହି ଶ୍ରେଣୀରୁ…

ଭୁବନେଶ୍ୱର,୨୫ା୬: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍‌। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍‌ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri