କତାର ଜେଲରେ ୮ ପୂର୍ବତନ ନୌସେନା ଅଧିକାରୀ, ହୋଇପାରେ ଫାଶୀ !…

ଦୋହା,୩।୫ : ୨୦୨୨ ମସିହାରେ ଗୁପ୍ତଚରୀ ଅଭିଯୋଗରେ କତାରରେ ୮ ଜଣ ଭାରତୀୟ ପୂର୍ବତନ ନୌସେନା ଅଧିକାରୀଙ୍କୁ ଗିରଫ କରାଯାଇଥିଲା। ସମସ୍ତେ ଏକ ଘରୋଇ ସଂସ୍ଥାରେ କାମ କରୁଥିଲେ। ଦୋହାରେ ଅବସ୍ଥିତ କତାରର ଇଣ୍ଟେଲିଜେନ୍ସ ସର୍ଭିସ ଦ୍ୱାରା ସମସ୍ତଙ୍କୁ ଗିରଫ କରାଯାଇଥିଲା। ଭାରତୀୟ ନୌସେନାର ପୂର୍ବତନ ଅଧିକାରୀଙ୍କୁ ଗିରଫ ହେବାର ଆଠ ମାସ ବିତିଗଲାଣି। ସ୍ଥାନୀୟ କୋର୍ଟରେ ସମସ୍ତଙ୍କ ବିରୋଧରେ ଏକ ମାମଲା ଚାଲିଛି ଏବଂ ଶୁଣାଣି ହୋଇସାରିଛି।

ଏଥି ସହିତ, ମେ ୩ ବୁଧବାର ସେମାନଙ୍କ ବିରୋଧରେ ଆସିଥିବା ଅଭିଯୋଗର ଶୁଣାଣି ହେବ। ଯଦି ରିପୋର୍ଟଗୁଡିକ ଅଧାରରେଏହି ସମସ୍ତ ଭାରତୀୟଙ୍କ ଉପରେ ଗୁପ୍ତଚରୀ ଅଭିଯୋଗ ପ୍ରମାଣିତ ହୁଏ, ତେବେ ସେମାନଙ୍କୁ ମୃତ୍ୟୁଦଣ୍ଡ ମଧ୍ୟ ଦିଆଯାଇପାରେ। ତେବେ କତାର ସେମାନଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଭାରତ ସହ ଶେୟାର କରି ନାହିଁ। ଗିରଫ ହୋଇଥିବା ଭାରତୀୟମାନେ ହେଉଛନ୍ତି କ୍ୟାପଟେନ ନବତେଜ ସିଂ ଗିଲ, କ୍ୟାପଟେନ ବିରେନ୍ଦ୍ର କୁମାର ବର୍ମା, କ୍ୟାପଟେନ ସୌରଭ ବୈଷ୍ଣବ, କମାଣ୍ଡର ଅମିତ ନାଗପାଲ, କମାଣ୍ଡର ପୂର୍ଣ୍ଣେନ୍ଦୁ ତିୱାରୀ, କମାଣ୍ଡର ସୁଗୁନାକର ପାକାଲା, କମାଣ୍ଡର ସଞ୍ଜୀବ ଗୁପ୍ତା ଏବଂ ନାବିକ ରାଗେଶ।

ରିପୋର୍ଟ ଅନୁଯାୟୀ, ମାର୍ଚ୍ଚ ୨୯ ରେ କତାର କୋର୍ଟରେ ଭାରତୀୟଙ୍କ ଉପରେ ଶୁଣାଣି ହୋଇସାରିଛି। ଏହା ପରେ ବୁଧବାର ଶୁଣାଣି ହେବ। ଏଥି ସହିତ ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି, ଏହି ଭାରତୀୟମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାକୁ ଚେଷ୍ଟା କରୁଛି। ଏହା ସହିତ ସେମାନଙ୍କ ପରିବାରକୁ ମଧ୍ୟ ସାହାଯ୍ୟ ଯୋଗାଇବା ପାଇଁ ଉଦ୍ୟମ ଚାଲିଛି। ବର୍ତ୍ତମାନ କତାରରେ ଭାରତୀୟ ନୌସେନାର ପୂର୍ବତନ ଅଧିକାରୀଙ୍କ ଉପରେ ଆଇନଗତ ବିଚାର ଚାଲିଛି। ଇସ୍ରାଏଲ ପାଇଁ କତାରର ଉଚ୍ଚ-ବୈଷୟିକ ବୁଡ଼ାଜାହାଜ ଉପରେ ଗୁପ୍ତଚରୀ କରିଥିବା ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ, ଏହି ବୁଡ଼ାଜାହାଜଗୁଡିକ ମେଟାମେଟେରିଆଲ ସହିତ ଆଚ୍ଛାଦିତ ହୋଇଛି, ଯେଉଁଥିପାଇଁ ସେମାନଙ୍କର ସାମର୍ଥ୍ୟ ଆହୁରି ବଢ଼ିଥାଏ ଏବଂ ଅନ୍ୟ ବୁଡ଼ାଜାହାଜଗୁଡିକ ଚିହ୍ନଟ କରିବା ଅତ୍ୟନ୍ତ କଷ୍ଟକର ହୋଇପଡେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଖୋଲିବା ପହୁଡ଼

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri