ଦକ୍ଷିଣପୂର୍ବ ରେଳପଥ ଅଣ୍ଡରପାସ୍‌ରେ ୮ଫୁଟ୍‌ ପାଣି

କୁଚିଣ୍ଡା,୩ା୮(ବିରଞ୍ଚତ୍ ଦର୍କା): ଲଗାଣ ବର୍ଷା ଯୋଗୁ ସମ୍ବଲପୁର ଜିଲା ବାମରା ଦକ୍ଷିଣପୂର୍ବ ରେଳପଥ (ନଂ.୪୭୩/୧୧) ଖମ୍ବସ୍ଥିତ ଅଣ୍ଡରପାସ୍‌ରେ ୮ଫୁଟ୍‌ର ପାଣି ଜମିଛି। ଫଳରେ ଉଚ୍ଚକାପାଟ ଓ ବାଉଁଶଲଗା ପଞ୍ଚାୟତର ଲୋକଙ୍କ ଯିବାଆସିବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ପଞ୍ଚାୟତରୁ ମିଳୁଥିବା ଭତ୍ତା, ରାଶନ ଆଦି ଆଣିବା ପାଇଁ ଜନସାଧାରଣଙ୍କ ଏହା ହେଉଛି ଏକମାତ୍ର ରାସ୍ତା।

ଅଣ୍ଡରପାସରେ ପାଣି ଜମିବା କାରଣରୁ ବିଭିନ୍ନ ସମୟରେ ଯାତାୟାତ କରୁଥିବା ଯାନବାହନ ଫସିଯାଉଥିବା ଦେଖିବାକୁ ମିଳୁଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ରେଳ ବିଭାଗର କୌଣସି ଅଧିକାରୀ ପରିଦର୍ଶନରେ ବି ଆସୁ ନାହାନ୍ତି। ଜନସାଧାରଣଙ୍କ ଯାତାୟାତ ଓ ସୁବିଧା ପାଇଁ ପୁରୁଣା ଫାଟକ ଖୋଲିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ନଚେତ ଆସନ୍ତା ୧୦ତାରିଖରେ ଏହି ଫାଟକକୁ ବାଧ୍ୟ ହୋଇ ଖୋଲିବେ ବୋଲି ବାମରା ବ୍ଲକ କୃଷକ ସଂଗଠନ ଆବାହକ ଯୋଗବିହାରୀ ପରିଡା କହିଛନ୍ତି। ପ୍ରକାଶଥାଉ କି ଏହି ଅଣ୍ଡରପାସ୍‌ ନିର୍ମାଣ ଆରମ୍ଭରୁ ଏଭଳି ପାଣି ଜମିବା ସମସ୍ୟା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?