୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର ଏକ ଅଜଗର ବନ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ବାହାଦୁର ପଦର ଗାଁ କଲୋନୀ ପଡାର ମକରନ୍ଦ ମାଝୀ ଏବଂ ତାଙ୍କ ସ୍ତ୍ରୀ ତେଳନଦୀ ନିକଟରେ ଥିବା ତାଙ୍କ ଜମିରେ ଚାଷ କାମ କରୁଥିବାବେଳେ ଏକ ଅଜଗର ଦେଖିବାକୁ ପାଇଥିଲେ। ପରେ କେସିଙ୍ଗା ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ କେସିଙ୍ଗା ଏସିଫ ଅଶୀତ କୁମାର ଦାଶଙ୍କ ନିର୍ଦ୍ଦେଶକ୍ରମେ ବନପାଳ ଯଶୋବନ୍ତ ନାଏକଙ୍କ ନେତୃତ୍ୱରେ ଭବାନୀପାଟଣାରୁ ବନ୍ୟପ୍ରାଣୀ ସରଂକ୍ଷକ ଟିମ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ଅଜଗରକୁ ଉଦ୍ଧାର କରିଥିଲେ। ଅଜଗରକୁ ଦେଖିବା ପାଇଁ ଗାଁର ଶତାଧିକ ଲୋକ ରୁଣ୍ଡ ହୋଇଥିଲେ। ଉଦ୍ଧାର ପରେ ବନ ବିଭାଗ କାର୍ଯ୍ୟାଳୟ ନିଆଯାଇଥିଲା। ଶ୍ରୀ ଦାଶଙ୍କ ନିର୍ଦ୍ଦେଶ କ୍ରମେ ସୁରକ୍ଷିତ ଭବେ ବଜ୍ରଗଡ଼ ଜଙ୍ଗଲକୁ ନେଇ ଛାଡି ଦିଆଯାଇଥିଲା। ଏହି ଉଦ୍ଧାର କାର୍ଯ୍ୟ ବେଳେ କେସିଙ୍ଗା ବନପାଳ ଯଶୋବନ୍ତ ନାଏକ, ବନ୍ୟପ୍ରାଣୀ ସରଂକ୍ଷକ ବିକିଜି ନାଗ ବନ୍ୟପ୍ରାଣୀ ଉଦାରକ ଶଙ୍କର ନାଗ ଆଜଗରକୁ ଉଦ୍ଧାର କରିଥିଲେ। ଉଦ୍ଧାର ଅଜଗରକୁ କେସିଙ୍ଗାସ୍ଥିତ ବଜ୍ରଗଡ଼ ଜଙ୍ଗଲରେ ସୁରକ୍ଷିତ ଭାବେ ଛାଡି ଦିଆଯାଇଥିବା ବନପାଳ ଯଶୋବନ୍ତ ନାଏକ ପ୍ରକାଶ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

୧୨ ଅଗଷ୍ଟରେ ଆକାଶରେ ବଡ଼ ମହାଜାଗତିକ ଘଟଣା: ଏହି ରାଶି ଉପରେ ମାଡ଼ିଆସୁଛି ବଡ଼ ସଙ୍କଟ! ରୁହନ୍ତୁ ସତର୍କ

୧୨ ଅଗଷ୍ଟ ୨୦୨୬ ରାତିରେ ଆକାଶରେ ଏକ ବଡ଼ ଖଗୋଳୀୟ ଘଟଣା ଘଟିବାକୁ ଯାଉଛି। ଚନ୍ଦ୍ର କିଛି ସମୟ ପାଇଁ ସୂର୍ଯ୍ୟଙ୍କୁ ସମ୍ପୂର୍ଣ୍ଣ ଢାଙ୍କିଦେବ। ବିଶ୍ୱର ଅନେକ…

ଓଲଟିଲା କୋଇଲା ବୋଝେଇ ଟ୍ରକ: ଓଡ଼ିଶା-ଆନ୍ଧ୍ର ଯାତାୟତ ଠପ୍‌

ରାୟଗଡ଼ା,୧୦।୮(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲା ପାର୍ବତୀପୁର ନିକଟରେ ସୋମବାର ଏକ କୋଇଲା ବୋଝେଇ ଏକ ଟ୍ରକ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଫଳରେ ଓଡ଼ିଶା-ଆନ୍ଧ୍ରକୁ ସଂଯୋଗ…

ସୂର୍ଯ୍ୟ-କେତୁଙ୍କ ‘ଗ୍ରହଣ ଯୋଗ’ରେ ଚମକିବ ଭାଗ୍ୟ: ୭ ଦିନ ପରେ ଏହି ୩ ରାଶିକୁ ହଠାତ୍‌ ମିଳିବ ଧନଲାଭ!

୭ ଦିନ ପରେ ଅର୍ଥାତ୍‌ ୧୭ ଅଗଷ୍ଟ, ୨୦୨୬ ଦିନଟି ଜ୍ୟୋତିଷ ଦୃଷ୍ଟିରୁ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। କାରଣ ଏହି ଦିନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା

ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା…

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri