ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍‌ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ରୋଡଲ୍ଫ ଫାର୍‌ଫାନ ନିଯୁକ୍ତ ହେବାର ୩ ସପ୍ତାହ ପରେ ଗତ ମାର୍ଚ୍ଚରେ ଇସ୍ତଫା ଦେଇଥିଲେ। ଟିକାକରଣ ଅଭିଯାନରେ ତାଙ୍କ ବିରୋଧରେ ପ୍ରିୟାପ୍ରୀତି ତୋଷଣ ଅଭିଯୋଗ ହୋଇଥିଲା, ଯାହାର ତଦନ୍ତ ଜାରି ରହିଛି। ତାଙ୍କ ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ ଥିବା ଜୁଆନ୍‌ କାର୍ଲୋସ ଜେଭାଲୋସ୍‌ ମଧ୍ୟ ମାସେ ପୂର୍ବରୁ ଟିକାକରଣ ଅନିୟମିତତାକୁ ନେଇ ଇସ୍ତଫା ଦେଇଥିଲେ। କୋଭିଡ୍‌କୁ ନେଇ ଅତ୍ୟଧିକ ଚାପ ହେତୁ ଏପ୍ରିଲ ୧୩ରେ ଅଷ୍ଟ୍ରିଆ ସ୍ବାସ୍ଥ୍ୟମନ୍ତ୍ରୀ ରୁଡଲ୍ଫ ଆନ୍‌ସୋବର ଇସ୍ତଫା ଦେଇଥିଲେ। ଇରାକର ଏକ କୋଭିଡ୍‌ ହସ୍ପିଟାଲରେ ନିଆଁ ଲାଗି ୮୦ ଜଣଙ୍କ ମୃତ୍ୟୁ ହେବା ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ହାସନ ଅଲତାମିମି ଗତ ମେ’ ମାସରେ ଇସ୍ତଫା ଦେଇଥିଲେ। ଟିକାକରଣ କାର୍ଯ୍ୟକ୍ରମରେ ଅନିୟମିତତା ଅଭିଯୋଗରେ ଆର୍ଜେଣ୍ଟିନା ସ୍ବାସ୍ଥ୍ୟମନ୍ତ୍ରୀ ଗତ ଫେବୃୟାରୀରେ ଇସ୍ତଫା ଦେଇଥିଲେ। ସରକାରୀ ହସ୍ପିଟାଲରେ ୬ ରୋଗୀଙ୍କ ମୃତ୍ୟୁ ହେବାରୁ ମାର୍ଚ୍ଚ ମାସରେ ଜୋର୍ଡାନ ସ୍ବାସ୍ଥ୍ୟମନ୍ତ୍ରୀ ନାଜିର ଓବେଇଡାଟ୍‌ ପଦ ଛାଡ଼ିଥିଲେ। ପେରୁରେ ସାଧାରଣ ଜନତାଙ୍କୁ ଟିକା ମିଳିବା ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଟିକା ନେବାକୁ ନେଇ ସମାଲୋଚନା ହେବାରୁ ସ୍ବାସ୍ଥ୍ୟମନ୍ତ୍ରୀ ଡ. ପିଲାର ମାଜେଟ୍ଟି ଇସ୍ତଫା ଦେଇଥିଲେ। ମହାମାରୀ ପରିଚଳାନାରେ ବିଫଳତା ଅଭିଯୋଗ ହେବାରୁ ସ୍ଲୋଭାକିଆ ସ୍ବାସ୍ଥ୍ୟମନ୍ତ୍ରୀ ମାରେକ୍‌ କ୍ରାଜି ପଦ ଛାଡ଼ିଥିଲେ। ସ୍ବାସ୍ଥ୍ୟ ଅଧିକାରୀମାନଙ୍କ ବେପରୁଆ ମନୋଭାବ ଯୋଗୁ ମଙ୍ଗୋଲିଆରେ ଜଣେ ମହିଳା ଓ ତାଙ୍କ ନବଜାତ ଶିଶୁ କୋଭିଡ୍‌ରେ ପ୍ରାଣ ହରାଇବାରୁ ପ୍ରଧାନମନ୍ତ୍ରୀ ଖୁରେଲସୁଖ ଉଖ୍‌ନା କ୍ୟାବିନେଟ ସହ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri