ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ, ୩୦ ଜିଲାରେ ବନ୍ଦ ରହିବ…

ଭୁବନେଶ୍ୱର,୨୮ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନଁାରେ ଲୁଟ୍‌ କରିବାରେ ଲାଗିପଡ଼ିଛି। ଏହିସବୁ ପ୍ରସଙ୍ଗକୁ ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟା ପାଇଁ ଓଡ଼ିଶା ବନ୍ଦର ଡାକରା ଦିଆଯାଇଛି। ଅନ୍ୟପଟେ ବନ୍ଦ ପାଳନ ସମୟରେ କୌଣସି ଜରୁରିକାଳୀନ ସେବା ଯେପରି ବନ୍ଦ ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି କୁହାଯାଇଛି। ଏନେଇ ନବନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଗତ ୧୭ ତାରିଖରେ ଖବରଦାତା ସମ୍ମିଳନୀକରି ସୂଚନା ଦେଇଥିବା ବେଳେ ପରବର୍ତ୍ତୀ ସମୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରଚାର ଜରିଆରେ ବନ୍ଦପାଳନକୁ ସମର୍ଥନ ଦେବା ଲାଗି ଅନୁରୋଧ ମଧ୍ୟ କରାଯାଉଛି। ଅକ୍ଷୟ କୁମାର କହିଛନ୍ତି, ଜରୁରିକାଳୀନ ସେବା କ୍ଷେତ୍ରରେ କୌଣସି ପ୍ରକାର ପ୍ରଭାବିତ ହେବାକୁ ଦିଆଯିବନାହିଁ। ରାଜ୍ୟର ୩୦ ଜିଲାରେ ଦୋକାନବଜାର ବନ୍ଦ କରାଯିବ, ଗାଡି ମଟର ଚଳାଚଳକୁ ଅଟକାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ବନ୍ଦପାଳନକୁ ତାଙ୍କ ଦଳ ସମର୍ଥନ କରିବା ନେଇ ମଙ୍ଗଳବାର ଘୋଷଣା କରିଛନ୍ତି।
ଭକ୍ତ କହିଛନ୍ତି, ନବିନିର୍ମାଣ ସଙ୍ଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିବ। ରାଜ୍ୟର ସବୁ ଜିଲା କଂଗ୍ରେସ କମିଟି ପକ୍ଷରୁ ଉକ୍ତ ବନ୍ଦ ପାଳନକୁ ସମର୍ଥନ ଦେବେ। ରାଜ୍ୟବ୍ୟାପୀ ଧାନକିଣାରେ ଅବ୍ୟବସ୍ଥା, ଯାନବାହନର ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ବିଜୁଳି ଟାରିଫକୁ ନେଇ ରାଜ୍ୟରେ ସରକାର, ଓଇଆର୍‌ସି ଓ ଟାଟା ପାଓ୍ବାର ମନମାନି କରୁଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌କୁ ଉଚ୍ଛେଦ କରିବା ବିରୋଧରେ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ହେଇ ଆସୁଛି। ଏହି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ସମସ୍ୟା ସମ୍ବଳିତ ଉପରୋକ୍ତ ବିଷୟଗୁଡିକୁ ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ କଂଗ୍ରେସ ଏହାକୁ ସମର୍ଥନ କରୁଛି।
ବିଜେଡି ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା ଚାଷୀମାନଙ୍କ ପାଇଁ ହିତକର ପଦକ୍ଷେପ ବୋଲି କହିଛି । ଚାଷୀଙ୍କ ହିତରେ ବନ୍ଦ ପାଳନ ହେଉଥିବା କହି ପରୋକ୍ଷରେ ବିଜେଡି ନବନିର୍ମାଣ କୃଷକ ସଙ୍ଗଠନକୁ ବଳ ଦେଇଛି। ଦଳର ମୁଖପାତ୍ର ଲେନିନ୍‌ ମହାନ୍ତି ମଙ୍ଗଳବାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ଚାଷୀମାନେ ରାଜରାସ୍ତାରେ ଅଛନ୍ତି। ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟା ନେଇ ଚାଷୀମାନେ ଭାଜପା ସରକାର ବିରୋଧରେ ଆନ୍ଦୋଳନ ଜାରି ରଖିଛନ୍ତି। ବିଜେଡି ପ୍ରତିଷ୍ଠା ପରଠାରୁ ଦଳ ପକ୍ଷରୁ ସବୁବେଳେ ଚାଷୀଙ୍କ ସହିତ ଠିଆ ହୋଇଛି। ପଶ୍ଚିମ ଓଡିଶା ଏବଂ ଅନ୍ୟ ସ୍ଥାନଗୁଡିକରେ ବିଜେଡି ଚାଷୀଙ୍କ ପାଇଁ ଆନ୍ଦୋଳନ ଚଲାଇଛି। ବିଜେଡି ନିଜର ପୂର୍ବନିର୍ଦ୍ଧାରିତ କାର୍ଯ୍ୟକ୍ରମ ଜାରି ରଖିବ ବୋଲି ଲେନିନ୍‌ କହିଛନ୍ତି।
ଭାଜପା ମୁଖପାତ୍ର ମନୋଜ ମହାପାତ୍ର କହିଛନ୍ତି, ସବୁ ପ୍ରଫେଶନରେ ନକଲି ଏବଂ ଅସଲି ଥାଆନ୍ତି। ଯେଉଁମାନେ ଆନ୍ଦୋଳନ ଡାକରା ଦେଇଛନ୍ତି ସେମାନେ ସବୁ ହେଉଛନ୍ତି ନକଲି ଚାଷୀ। ନା ଏମାନେ ହଳ କରିପାରିବେ ନା ବାହୁଙ୍ଗି ବେକରେ ପକାଇପାରିବେ। ଅତୀତରେ ପଶ୍ଚିମ ଓଡ଼ିଶାରେ ଚାଷୀ ହନ୍ତସନ୍ତ ହେଉଥିବାବେଳେ ଦଲାଲମାନେ ମାଲାମାଲ ହେଉଥିଲେ। ମୋହନ ମାଝୀଙ୍କ ସରକାରରେ କିନ୍ତୁ ଚାଷୀମାନେ ଖୁସିରେ ଅଛନ୍ତି। ଭାଜପା ସରକାର ଆସିବା ପରେ ଧାନ କୁଇଣ୍ଟାଲ ପିଛା ୮୦୦ ଟଙ୍କା ଅଧିକ ଟଙ୍କା ଦେଉଛି। କଂଗ୍ରେସ ସବୁବେଳେ ଚାଷୀ ବିରୋଧୀ, ତେଣୁ ସେମାନଙ୍କ ସମର୍ଥନର କିଛି ମୂଲ୍ୟ ନାହିଁ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?