ଜଳିଗଲା ୮ ବଖରା, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଆଳି,୬ା୯: କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ କାଟଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ୪ ପରିବାରର ୮ ବଖରା ଜଳିପୋଡ଼ି ପାଉଁଶ ହୋଇଯାଇଛି। ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ିଯାଇଛି।

ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିଥିବା ବେଳେ ନିଆଁର ପ୍ରକୋପ ଏତେ ଥିଲା ଯେ, ଆୟତ୍ତ କରିବାକୁ ନାକେଦମ୍‌ ହୋଇପଡ଼ିଥିଲେ। ବିପନ୍ନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

Share
Tags: Fire