୮ ବେଆଇନ ଇଟାଭାଟି ଉଚ୍ଛେଦ

ଢେଙ୍କାନାଳ,୨୦।୧୨(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କମଳାଙ୍ଗଠାରୁ କୁରୁଣ୍ଟି ମଧ୍ୟରେ ବ୍ରାହ୍ମଣୀ ନଦୀ କୂଳରେ ଚାଲୁଥିବା ବେଆଇନ ଇଟା ଭାଟିକୁ ସ୍ଥାନୀୟ ପ୍ରଶାସନ ଓ ପୋଲିସ ପକ୍ଷରୁ ମଙ୍ଗଳବାର ଭୋର ୪ଟା ସମୟରେ ଉଚ୍ଛେଦ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ମୋଟ୍‌ ୮ଟି ଇଟାଭାଟି ଉଚ୍ଛେଦ ହୋଇଛି। ବ୍ରାହ୍ମଣୀ ନଦୀ କୂଳରେ ବେଆଇନ ଭାବେ ପ୍ରାୟ ୪୦ଟି ଇଟାଭାଟି ଚାଲୁଥିବା ଜଣାପଡିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ମାଟିରେ ତିଆରି ନାଲି ଇଟାକୁ ନିଷେଧ କରାଯାଇଥିବାବେଳେ ଏତେ ସଂଖ୍ୟକ ଇଟାଭାଟି କିଭଳି ବ୍ରାହ୍ମଣୀ ନଦୀ କୂଳରେ ଦୀର୍ଘଦିନ ଧରି ଚାଲୁଥିଲା ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏପରିକି ଏ ସମ୍ପର୍କରେ ଜାଣି ମଧ୍ୟ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଓ ତହସିଲ କର୍ତ୍ତୃପକ୍ଷ ନୀରବତା ଅବଲମ୍ବନ କରିବା ସାଧାରଣରେ ଚର୍ଚ୍ଚା ହେଉଛି। ଅନ୍ୟପଟେ ଭୋର ସମୟରେ ଇଟାଭାଟି ଉଚ୍ଛେଦ କରାଯିବା ଏବଂ ବିକ୍ରି ପାଇଁ ଗଚ୍ଛିତ ଥିବା ବହୁ ପୋଡାଇଟା ଚଢାଉ ସମୟରେ ଗାଏବ ଘଟଣା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେହିପରି ମୃତ ୨ ଶ୍ରମିକ ନାବାଳକ ଥିବା ଅଭିଯୋଗ ହୋଇଥିବାବେଳେ ଏହାକୁ ନେଇ ମଧ୍ୟ ଖୋଳତାଡ ଆରମ୍ଭ ହୋଇଛି।
ସୂଚନାଯୋଗ୍ୟ, ଗତ ଗୁରୁବାର ବିଳମ୍ବିତ ରାତିରେ ବ୍ରାହ୍ମଣୀ ନଦୀକୂଳରେ ଥିବା ବେଆଇନ ଇଟାଭାଟି ପରିସରସ୍ଥିତ ଏକ କୋଠରିରେ ଶୋଇଥିବା ବେଳେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ୍ୟୁ ହୋଇଥିଲା। ଜଣେ ଗୁରୁତର ହୋଇ କଟକଠାରେ ଚିକିତ୍ସିତ ହେଉଛନ୍ତି। ଏହି ଘଟଣା ପରେ ଜିଲାପାଳଙ୍କ ନିର୍ଦ୍ଦେଶର ୨ ଦିନ ପର୍ଯ୍ୟନ୍ତ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଛୁଟିରେ ଥିବା ଆଳ ଦେଖାଇ ଇଟାଭାଟି ଉଚ୍ଛେଦ କରାଯାଇ ନ ଥିଲା। କଣ୍ଟାବଣିଆ ପୋଲିସ ସମ୍ପୃକ୍ତ ଇଟାଭାଟି ମାଲିକଙ୍କ ବିରୋଧରେ ଏକ ମାମଲା ରୁଜୁ କରି ତାଙ୍କୁ ଗିରଫ କରିବା ସହ ଘଟଣାସ୍ଥଳରୁ ୨୦ କୁଇଣ୍ଟାଲରୁ ଊର୍ଦ୍ଧ୍ୱ କୋଇଲା ଜବତ କରିଥିଲା। ଏହାପରେ ମଙ୍ଗଳବାର ଭୋର ସମୟରେ ଓଡ଼ାପଡ଼ା ତହସିଲଦାର, ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଏବଂ କଣ୍ଟାବଣିଆ ଓ ମୋଟଙ୍ଗା ଥାନା ପୋଲିସ ଉପସ୍ଥିତିରେ ବେଆଇନ ଇଟାଭାଟିକୁ ଉଚ୍ଛେଦ କରାଯାଇଥିଲା। ସେହିପରି ଅଭିଯୁକ୍ତ ଇଟାଭାଟି ମାଲିକଙ୍କ ବିରୋଧରେ ସ୍ଥାନୀୟ ତହସିଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଉଚ୍ଛେଦ ବେଳେ ପୋଡ଼ିବା ପାଇଁ ରଖାଯାଇଥିବା ପ୍ରାୟ ୫୦ ଲକ୍ଷ ଟଙ୍କାର ଇଟା ନଷ୍ଟ କରାଯାଇଛି। ଏ ସଂକ୍ରାନ୍ତରେ ଓଡ଼ାପଡ଼ା ତହସିଲଦାର ମହେଶ୍ୱର ବେହେରା କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ କମଳାଙ୍ଗରୁ କୁରୁଣ୍ଟି ମଧ୍ୟରେ ୮ଟି ଇଟାଭାଟି ଉଚ୍ଛେଦ କରାଯାଇଛି। ରାଜସ୍ବ ନିରୀକ୍ଷକଙ୍କ ଚିହ୍ନଟ ପରେ ବାକିଥିବା ବେଆଇନ ଇଟାଭାଟି ଉଚ୍ଛେଦ କରାଯିବ। ଏ ସଂକ୍ରାନ୍ତରେ କଣ୍ଟାବଣିଆ ଥାନା ଅଧିକାରୀ ଦୀପିକା ଦେବୀ ରାୟ କହିଛନ୍ତି, କେବଳ ଉଚ୍ଛେଦ ହୋଇଛି। ପୋଡାଇଟା କିଛି ମିଳିନି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri