ଜାହଜ ଓଲଟିବା ଘଟଣାରେ ୮ ଉଦ୍ଧାର, ୫ ଭାରତୀୟ ଏବେ ବି ନିଖୋଜ

ନୂଆଦିଲ୍ଲୀ, ୧୯ା୭: ଓମାନ ତଟରେ ଜୁଲାଇ ୧୪ ତାରିଖରେ କୋମୋରୋଲ ଧ଼୍ବଜ ଲାଗିଥିବା ଏକ ମାଲବାହୀ ଜାହଜ ଓଲଟି ପଡ଼ିଥିବା ଜଣାପଡ଼ିଛି । ଏହି ଜାହଜରେ ୧୩ ଭାରତୀୟଙ୍କ ସମେତ ୧୬ ଜଣ ନିଖୋଜ ହୋଇଯାଇଥିଲେ । ଅନ୍ୟ ୩ ସଦସ୍ୟ ଶ୍ରୀଲଙ୍କାର ବୋଲି ଜଣାପଡ଼ିଛି । ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ୮ ଭାରତୀୟ ଏବଂ ଜଣେ ଶ୍ରୀଲଙ୍କା ନାଗରିକଙ୍କୁ ଉଦ୍ଧାର କରାଯାଇଥି ସୂଚନା ମିଳିଛି ।

ସୂଚନାନୁସାରେ, ଏହି ଜାହଜର ନାମ ଏମ୍‌ଟି ଫାଲକନ ପ୍ରେଷ୍ଟିଜ୍‌ । ଏହା ଓଲଟି ପଡ଼ିଥିବା ବେଳେ ନିଖେଜ କ୍ରୁ ସଦସ୍ୟଙ୍କୁ ଖୋଜା ଜାରି ରହିଛି । ୯ ଜଣଙ୍କୁ ଉଦ୍ଧାର କରାଯାଇଛି । ଏଥିରେ ଆଠ ଜଣ ଭାରତୀୟ ଏବଂ ଜଣେ ଶ୍ରୀଲଙ୍କା ନାଗରିକ ଅଛନ୍ତି । ଅବଶିଷ୍ଟ କ୍ରୁ ସଦସ୍ୟମାନଙ୍କୁ ଖୋଜିବା ଏବଂ ଉଦ୍ଧାର କାର୍ଯ୍ୟ ଜାରି ରଖିବ ଭାରତ । ଓମାନରେ ଥିବା ଭାରତୀୟ ଦୂତାବାସ ଗଲ୍ଫ ଦେଶର ସମ୍ପୃକ୍ତ ଅଧିକାରୀଙ୍କ ସହ ଯୋଗାଯୋଗରେ ଅଛି । ଜାହାଜ ଫାଲକନ ପ୍ରେଷ୍ଟିଜ ଜୁଲାଇ ୧୪ ରେ ରାତି ପ୍ରାୟ ୧୦ ଟା ସମୟରେ ଓମାନ ଉପକୂଳରୁ ଏକ ଜାହଜ ପ୍ରତି ବିପଦ ଥିବା ସୂଚନା ପଠାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri