Posted inଜାତୀୟ

୮ ଆଇଏସ୍‌ ଆତଙ୍କବାଦୀ ଗିରଫ

ବେଙ୍ଗାଲୁରୁ,୧୯ା୧୨: ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) କର୍ନାଟକର ବଲାରିରୁ ଆଇଏସ୍‌ ଆତଙ୍କବାଦୀ ସଂଗଠନ ସହ ସମ୍ପୃକ୍ତ ୮ ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କର ଆଇଇଡି ବିସ୍ଫୋରଣ ଯୋଜନାକୁ ପଣ୍ଡ କରିଦେଇଛି। କର୍ନାଟକର ବଲାରି, ବେଙ୍ଗାଲୁରୁ ସମେତ ମହାରାଷ୍ଟ୍ରର ମୁମ୍ବାଇ, ପୁଣେ ଏବଂ ଦିଲ୍ଲୀ ଓ ଝାଡ଼ଖଣ୍ଡର ବୋକାରୋର ୧୯ଟି ସ୍ଥାନରେ ସୋମବାର ସକାଳେ ଏନ୍‌ଆଇଏ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ସଲ୍‌ଫର, ପୋଟାସିୟମ ନାଇଟ୍ରେଟ୍‌, ଗନ୍‌ପାଉଡ଼ର, ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରଣ କରାଯିବାକୁ ଥିବା ପ୍ରସ୍ତାବିତ ସ୍ଥାନ ସମ୍ପର୍କିତ କାଗଜାତ ମିଳିଛି। ଏଥିସହିତ ଧାରୁଆ ଅସ୍ତ୍ର, ନଗଦ ଅର୍ଥ ଏବଂ ଡିଜିଟାଲ ଉପକରଣ ମଧ୍ୟ ଆତଙ୍କବାଦୀମାନଙ୍କଠାରୁ ଜବତ ହୋଇଛି। ବଲାରି ମଡ୍ୟୁଲ୍‌ର ନେତା କୁହାଯାଉଥିବା ମିନାଜ ଓରଫ ମହମ୍ମଦ ସୁଲୈମାନ ମଧ୍ୟ ଗିରଫ ହୋଇଛନ୍ତି। ସେମାନେ ପରସ୍ପର ସହ ଯୋଗାଯୋଗ ପାଇଁ ଆଇଏମ୍‌ ଆପ୍‌ ବ୍ୟବହାର କରୁଥିଲେ। ଚଢ଼ାଉରେ କର୍ନାଟକର ବଲାରି ଏବଂ ବେଙ୍ଗାଲୁରୁ ପୋଲିସ ସାମିଲ ଥିଲେ। ସେମାନେ କଲେଜ ଛାତ୍ରଙ୍କୁ ଟାର୍ଗେଟ କରି ସେମାନଙ୍କୁ ଆତଙ୍କବାଦୀ କାର୍ଯ୍ୟ ପାଇଁ ନିଯୁକ୍ତି ଦେଉଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?