୮ଲକ୍ଷ ୯୬ହଜାର ପଞ୍ଜୀକୃତ ବେକାରି

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢୁଛି। ଦକ୍ଷତା ବିକାଶ ମାଧ୍ୟମରେ ସରକାର ଯେତେ ପ୍ରଚେଷ୍ଟା କଲେ ବି ଓଡ଼ିଶାରୁ ବେକାରି ସମସ୍ୟା ଦୂର ହେଉନି। ୨୦୨୦ ଅକ୍ଟୋବର ୩୧ ସୁଦ୍ଧା ରାଜ୍ୟରେ ୮ଲକ୍ଷ ୯୬ହଜାର ୮୩୮ଜଣ ବେକାରି ଅଛନ୍ତି। ତେବେ ଏହା କେବଳ ପଞ୍ଜୀକରଣ କରିଥିବା ଯୁବବର୍ଗ ହୋଇଥିବାବେଳେ ଅଣପଞ୍ଜୀକୃତ ବେକାରି ସମସ୍ୟା ଦେଖିଲେ ଏହା ଆହୁରି ବଳିଯିବ ବୋଲି କୁହାଯାଉଛି। ଶିକ୍ଷକ ପ୍ରଶିକ୍ଷଣ ନେଇଥିବା ସର୍ବାଧିକ ଯୁବତୀ ଯୁବକ ଏବେ ବେକାର ହୋଇ ଘରେ ବସିଥିବାବେଳେ ଏହା ତଳକୁ ଅଛନ୍ତି ଆଇଟିଆଇ ପଢିଥିବା ଛାତ୍ରୀଛାତ୍ର। ସେହିଭଳି ଡିପ୍ଲୋମାଧାରୀ, ସ୍ନାତକୋତ୍ତର ଡିଗ୍ରୀଧାରୀ, ଇଞ୍ଜିନିୟରିଂ, ଏମ୍‌ବିଏ ଓ ଏମ୍‌ସିଏ ଡିଗ୍ରୀଧାରୀ, କଳା, ବାଣିଜ୍ୟ ଓ ବିଜ୍ଞାନରେ ସ୍ନାତକ କରିଥିବା ହଜାର ହଜାର ଛାତ୍ରୀଛାତ୍ର ବେକାର ହୋଇ ବୁଲୁଛନ୍ତି। ଏପରି କି ମେଡିକାଲ ଓ ଭେଟେରିନାରି ଛାତ୍ରୀଛାତ୍ର ବେକାରି ସମସ୍ୟାରୁ ବର୍ତ୍ତିନାହାନ୍ତି। ଭାଜପା ବିଧାୟକ ମୁକେଶ ମହାଲିଙ୍ଗଙ୍କ ପ୍ରଶ୍ନରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଗୃହରେ ଦେଇଥିବା ଲିଖିତ ଉତ୍ତରରୁ ଏହା ଜଣାପଡ଼ିଛି।
ଜିଲା କର୍ମ ନିୟୋଜନ କାର୍ଯ୍ୟାଳୟ ତଥ୍ୟ ଅନୁଯାୟୀ, ପୁରୀରେ ସର୍ବାଧିକ ୧୨,୦୯୦ ବେକାରି ଯୁବତୀଯୁବକ ପଞ୍ଜୀକରଣ କରିଥିବାବେଳେ କଟକରେ ଦ୍ୱିତୀୟ ସର୍ବାଧିକ ୧୧,୯୮୨ ଓ କେନ୍ଦ୍ରାପଡ଼ାରେ ୧୦,୧୩୭ ବେକାର ଯୁବପିଢି ଅଛନ୍ତି। ତେବେ ଗତ ୬ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୧୪ରୁ ୨୦୨୦ ମଧ୍ୟରେ ୧୩,୬୬,୧୬୬ ଯୁବତୀ ଯୁବକଙ୍କୁ ତାଲିମ ପ୍ରଦାନ କରାଯାଇ ନିଯୁକ୍ତିକ୍ଷମ କରାଯାଇଛି। ସେହିଭଳି ୨୪୬ଟି ନିଯୁକ୍ତି ମେଳା କରାଯାଇ ୧,୩୧,୬୪୭ଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?