୮ ଲକ୍ଷ ଟଙ୍କା ହେରଫେର ଉଦ୍ୟମ

ଅନୁଗୋଳ ଅଫିସ, ୧୩ା୧୦: ଅନୁଗୋଳ ଜିଲା ତାଳଚେର ପୌରପାଳିକାର ଜଣେ କନିଷ୍ଠ ଯନ୍ତ୍ରୀ(ଜେଇ) ଏକ ପୋଖରୀ ପୁନରୁଦ୍ଧାର ବିଲ୍‌ରେ ୮ ଲକ୍ଷ ଟଙ୍କା ହେରଫେର କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ପୌର ନିର୍ବାହୀ ଯନ୍ତ୍ରୀ ଜୟନ୍ତ କୁମାର ପରିଡ଼ା ସମ୍ପୃକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ପୌର ନିର୍ବାହୀ ଅଧିକାରୀ ଏବଂ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ତେବେ ନିର୍ଦ୍ଧାରିତ ସମୟ ଅତିକ୍ରାନ୍ତ ହୋଇଯାଇଥିଲେ ମଧ୍ୟ କନିଷ୍ଠ ଯନ୍ତ୍ରୀ ନୋଟିସର ଉତ୍ତର ରଖି ନ ଥିବା ନିର୍ବାହୀ ଯନ୍ତ୍ରୀ ପରିଡ଼ା ପ୍ରକାଶ କରିଛନ୍ତି।

ନିର୍ବାହୀ ଯନ୍ତ୍ରୀ କହିଛନ୍ତି, ପୌରପାଳିକା ୪ ନମ୍ବର ୱାର୍ଡରେ ଥିବା ଜୁବୁଲି ପୋଖରୀର ପୁନରୁଦ୍ଧାର ନିମନ୍ତେ ୧୧ ଲକ୍ଷ ୪୭ ହଜାର ୬୦୦ ଟଙ୍କା ବ୍ୟୟ ବରାଦ କରାଯାଇଥିଲା। ମୁକ୍ତା ଯୋଜନାରେ ହେଉଥିବା ଏହି ଉନ୍ନୟନ କାର୍ଯ୍ୟ ୨୦୨୦ ମସିହାରେ ଆରମ୍ଭ ହୋଇ ୨୦୨୨ରେ ଶେଷ ହୋଇଛି। ବ୍ୟୟ ଅଟକଳ ମଧ୍ୟରୁ ୨୦୨୧ ଜାନୁୟାରୀ ୩୧ ତାରିଖ ସୁଦ୍ଧା ୯ଲକ୍ଷ ୧୮ ହଜାର ୯୨୮ ଟଙ୍କା ପ୍ରଦାନ କରାଯାଇସାରିଛି। ଅବଶିଷ୍ଟ ୨ ଲକ୍ଷ ୨୮ ହଜାର ୬୭୨ ଟଙ୍କା କାର୍ଯ୍ୟ ଶେଷ ପରେ ପ୍ରଦାନ କରାଯିବ ବୋଲି ସ୍ଥିର ହୋଇଥିଲା। କିନ୍ତୁ ଗତ ସେପ୍ଟେମ୍ବରରେ ପୌର କନିଷ୍ଠ ଯନ୍ତ୍ରୀ ଉକ୍ତ ବିଲ୍‌ରେ ଚଞ୍ଚକତା କରି ୮ ଲକ୍ଷ ୨୧ ହଜାର ୬୮୩ ଟଙ୍କା ହେରଫେର କରିବାକୁ ଉଦ୍ୟମ କରିଥିଲେ। ଏ ନେଇ ସମ୍ପୃକ୍ତ ଜେଇଙ୍କୁ ପଚରାଯାଇଥିଲେ ମଧ୍ୟ ସନ୍ତୋଷଜନକ ଉତ୍ତର ମିଳି ନ ଥିଲା। ତେଣୁ ତାଙ୍କୁ ୩ ଦିନ ମଧ୍ୟରେ ଉତ୍ତର ରଖିବାକୁ ନୋଟିସ ଦିଆଯାଇଥିଲା। କିନ୍ତୁ କନିଷ୍ଠ ଯନ୍ତ୍ରୀ ଉତ୍ତର ରଖି ନାହାନ୍ତି। ଘଟଣା ସମ୍ପର୍କରେ ଗତ ୨୯ ତାରିଖରେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇ ଦିଆଯାଇଥିବା ନିର୍ବାହୀ ଯନ୍ତ୍ରୀ ପରିଡ଼ା ପ୍ରକାଶ କରିଛନ୍ତି। ଏପରି ଅଭିଯୋଗ ମିଳିଥିବା ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ତେବେ ଅଭିଯୋଗ ସମ୍ପର୍କରେ ପୌର କନିଷ୍ଠ ଯନ୍ତ୍ରୀଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିବାରୁ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri