୮ ଲକ୍ଷ ଟଙ୍କା ହେରଫେର ଉଦ୍ୟମ

ଅନୁଗୋଳ ଅଫିସ, ୧୩ା୧୦: ଅନୁଗୋଳ ଜିଲା ତାଳଚେର ପୌରପାଳିକାର ଜଣେ କନିଷ୍ଠ ଯନ୍ତ୍ରୀ(ଜେଇ) ଏକ ପୋଖରୀ ପୁନରୁଦ୍ଧାର ବିଲ୍‌ରେ ୮ ଲକ୍ଷ ଟଙ୍କା ହେରଫେର କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ପୌର ନିର୍ବାହୀ ଯନ୍ତ୍ରୀ ଜୟନ୍ତ କୁମାର ପରିଡ଼ା ସମ୍ପୃକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ପୌର ନିର୍ବାହୀ ଅଧିକାରୀ ଏବଂ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ତେବେ ନିର୍ଦ୍ଧାରିତ ସମୟ ଅତିକ୍ରାନ୍ତ ହୋଇଯାଇଥିଲେ ମଧ୍ୟ କନିଷ୍ଠ ଯନ୍ତ୍ରୀ ନୋଟିସର ଉତ୍ତର ରଖି ନ ଥିବା ନିର୍ବାହୀ ଯନ୍ତ୍ରୀ ପରିଡ଼ା ପ୍ରକାଶ କରିଛନ୍ତି।

ନିର୍ବାହୀ ଯନ୍ତ୍ରୀ କହିଛନ୍ତି, ପୌରପାଳିକା ୪ ନମ୍ବର ୱାର୍ଡରେ ଥିବା ଜୁବୁଲି ପୋଖରୀର ପୁନରୁଦ୍ଧାର ନିମନ୍ତେ ୧୧ ଲକ୍ଷ ୪୭ ହଜାର ୬୦୦ ଟଙ୍କା ବ୍ୟୟ ବରାଦ କରାଯାଇଥିଲା। ମୁକ୍ତା ଯୋଜନାରେ ହେଉଥିବା ଏହି ଉନ୍ନୟନ କାର୍ଯ୍ୟ ୨୦୨୦ ମସିହାରେ ଆରମ୍ଭ ହୋଇ ୨୦୨୨ରେ ଶେଷ ହୋଇଛି। ବ୍ୟୟ ଅଟକଳ ମଧ୍ୟରୁ ୨୦୨୧ ଜାନୁୟାରୀ ୩୧ ତାରିଖ ସୁଦ୍ଧା ୯ଲକ୍ଷ ୧୮ ହଜାର ୯୨୮ ଟଙ୍କା ପ୍ରଦାନ କରାଯାଇସାରିଛି। ଅବଶିଷ୍ଟ ୨ ଲକ୍ଷ ୨୮ ହଜାର ୬୭୨ ଟଙ୍କା କାର୍ଯ୍ୟ ଶେଷ ପରେ ପ୍ରଦାନ କରାଯିବ ବୋଲି ସ୍ଥିର ହୋଇଥିଲା। କିନ୍ତୁ ଗତ ସେପ୍ଟେମ୍ବରରେ ପୌର କନିଷ୍ଠ ଯନ୍ତ୍ରୀ ଉକ୍ତ ବିଲ୍‌ରେ ଚଞ୍ଚକତା କରି ୮ ଲକ୍ଷ ୨୧ ହଜାର ୬୮୩ ଟଙ୍କା ହେରଫେର କରିବାକୁ ଉଦ୍ୟମ କରିଥିଲେ। ଏ ନେଇ ସମ୍ପୃକ୍ତ ଜେଇଙ୍କୁ ପଚରାଯାଇଥିଲେ ମଧ୍ୟ ସନ୍ତୋଷଜନକ ଉତ୍ତର ମିଳି ନ ଥିଲା। ତେଣୁ ତାଙ୍କୁ ୩ ଦିନ ମଧ୍ୟରେ ଉତ୍ତର ରଖିବାକୁ ନୋଟିସ ଦିଆଯାଇଥିଲା। କିନ୍ତୁ କନିଷ୍ଠ ଯନ୍ତ୍ରୀ ଉତ୍ତର ରଖି ନାହାନ୍ତି। ଘଟଣା ସମ୍ପର୍କରେ ଗତ ୨୯ ତାରିଖରେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇ ଦିଆଯାଇଥିବା ନିର୍ବାହୀ ଯନ୍ତ୍ରୀ ପରିଡ଼ା ପ୍ରକାଶ କରିଛନ୍ତି। ଏପରି ଅଭିଯୋଗ ମିଳିଥିବା ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ତେବେ ଅଭିଯୋଗ ସମ୍ପର୍କରେ ପୌର କନିଷ୍ଠ ଯନ୍ତ୍ରୀଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିବାରୁ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ…

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri