Posted inଖେଳ

ଓଡ଼ିଶା ପ୍ରତିଯୋଗୀଙ୍କୁ ୫ ସ୍ବର୍ଣ୍ଣ ସହ ୮ ପଦକ

ଭୁବନେଶ୍ୱର, ୮।୫(କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ରବିବାର ଶେଷ ହୋଇଥିବା ୫ମ ଇଣ୍ଡିଆନ ଓପନ୍‌ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ଅନ୍ତିମ ଦିବସରେ ଓଡ଼ିଶାକୁ ୨ଟି ସ୍ବର୍ଣ୍ଣ ପଦକ ମିଳିଛି। ଏହାକୁ ମିଶାଇ ଓଡ଼ିଶା ମୋଟ୍‌ ୮ ପଦକ ଜିତିଛି। ପ୍ରତିଯୋଗିତାର ଶେଷ ଦିବସରେ ପଙ୍କଜ ଭୁଏ (ଟି-୧୩) ୨୦୦ ମିଟର ଇଭେଣ୍ଟରେ ୨୬.୧୦ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ପାଇଛନ୍ତି। ଭେଙ୍କଟେଶ୍‌ ୨୬.୭୪ ସହ ରୌପ୍ୟ ଓ ବୋଡ୍ଡୁ ଶ୍ରୀହରି ୨୭.୩୭ ସେକେଣ୍ଡ ସହିତ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେହିପରି ଜୟନ୍ତୀ ବେହେରା ଟି-୩୫/୪୬/୪୭ ମିଶ୍ରିତ ୨୦୦ ମିଟରରେ ୨୬.୭୭ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଶ୍ରୀଲଙ୍କାର କୁମୁଦିକା ଧନଞ୍ଜୟ ୨୭.୬୮ ସହ ରୌପ୍ୟ ଓ ଜନନୀ ଧନଞ୍ଜୟ ୨୮.୨୬ ସେକେଣ୍ଡ ସହିତ ବ୍ରୋଞ୍ଜ ପଦକ ପାଇଛନ୍ତି। ଜୟନ୍ତୀ ବେହେରା ୧୦୦, ୨୦୦, ୪୦୦ ମିଟରରେ ୩ଟି ସ୍ବର୍ଣ୍ଣ, ପଙ୍କଜ ଭୁଏ ୨୦୦ ମିଟର ଓ ଲଙ୍ଗଜମ୍ପ୍‌ରେ ୨ ସ୍ବର୍ଣ୍ଣ ଓ ୧୦୦ ମିଟରରେ ରୌପ୍ୟ ପଦକ ହାସଲ କରିଥିଲେ। ସୁଚିତ୍ରା ପରିଡ଼ାଙ୍କୁ ଜାଭେଲିନ୍‌ ଥ୍ରୋରେ ରୌପ୍ୟ ପଦକ ମିଳିଥିଲା। ସେହିପରି ପ୍ରଫୁଲ୍ଲ କୁମାର ଖଣ୍ଡାୟତରାଏ ଶଟ୍‌ପୁଟ୍‌ରେ ବ୍ରୋଞ୍ଜ ପଦକ ପାଇଥିଲେ।
ଟିମ୍‌ ସହିତ କୋଚ୍‌ ମାର୍କଣ୍ଡ ରେଡ୍ଡୀ(ପାରା ଅଲିମ୍ପିଆନ୍‌) ଓ ବିଷ୍ଣୁ ପ୍ରସାଦ ମିଶ୍ର ଅଫିସିଆଲ ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri