୮ ମାସର ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୩ ଲକ୍ଷ ଟପିବା ସହିତ ଗତ ୮ ମାସ ତଳର ରେକର୍ଡ ଭାଙ୍ଗିଛି।

ଗତ ୨୪ ଘଣ୍ଟାରେ ୩ ଲକ୍ଷ ୧୭ ହଜାର ୫୩୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ପୂର୍ବରୁ ୨୦୨୧ ମେ’୧୫ରେ ଦୈନିକ ସଂକ୍ରମଣ ୩ ଲକ୍ଷ ୧୧ ହଜାର ୭୭ ଥିଲା। ଦ୍ୱିତୀୟ ଲହରରେ ଦୈନିକ ସଂକ୍ରମଣ ୩ ଲକ୍ଷରେ ପହଞ୍ଚିବା ପାଇଁ ୬୦ ଦିନ ଲାଗିଥିବାବେଳେ ତୃତୀୟ ଲହରରେ ମାତ୍ର ୨୩ ଦିନରେ ଏହା ସମ୍ଭବ ହୋଇଛି।

ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୯୧ ମୃତ୍ୟୁ ସଂଖ୍ୟା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ୨ ଲକ୍ଷ ୨୩ ହଜାର ୯୯୦ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୯ ଲକ୍ଷ ୨୪ ହଜାର ୫୧ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୬.୪୧ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୭ ହଜାର ୬୯୩ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୩ କୋଟି ୮୨ ଲକ୍ଷ ୧୮ ହଜାର ୭୭୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୫୮ ଲକ୍ଷ ୭ ହଜାର ୧୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୧୫୯ କୋଟି ୬୭ଲକ୍ଷ ୫୫ ହଜାର ୮୭୯ ଜଣଙ୍କୁ ଟିକାଦାନ କରାଯାଇଛି।

ସେଥିମଧ୍ୟରେ ୮୮ କୋଟି ୧୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୬୭ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଇତିମଧ୍ୟରେ ଦେଶର ୨୯ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ଟପିଛି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୯,୨୮୭ ଛୁଇଁଛି। ଦୈନିକ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟାରେ ୩.୬୩ ପ୍ରତିଶତ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri