୮ ମାସ ପରେ ୧୪ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୮ ମାସ ପରେ ଦୈନିକ ସଂକ୍ରମଣ ୧୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୩ ହଜାର ୫୯୬ରେ ପହଞ୍ଚିଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୬୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୯ ହଜାର ୫୮୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୨୩୦ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ ରହିଛି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୮୯ ହଜାର ୬୯୪ ରହିଛି।

ସାପ୍ତାହିକ ପଜିଟିଭ୍‌ ହାର ୨ ପ୍ରତିଶତରୁ କମ୍‌ ରହିଛି। ସକ୍ରିୟ ମାମଲା ୦.୫୭ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୨ ହଜାର ୨୯୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୯୭ କୋଟି ୭୯ ଲକ୍ଷ ୪୭ ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୫ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟି ୧୯ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୯ ଲକ୍ଷ ୮୯ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୪ ଲକ୍ଷ ୩୯ ହଜାର ୩୩୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୮୧ ହଜାର ୩୧୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୯୯୫ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୫୭ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri