ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର,୭ା୧୨(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି(ସିସିଇଏ) ବୈଠକରେ ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଅନୁମୋଦନ ମିଳିଛି। ଏଥିମଧ୍ୟରେ ଓଡ଼ିଶାର ୮ଟି କେନ୍ଦ୍ରୀୟ ବିଦ୍ୟାଳୟ ରହିଛି। ସମ୍ବଲପୁର ଜିଲାର କୁଚିଣ୍ଡା, ଅନୁଗୋଳ ଜିଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲାର ଜୟପୁର, ବଲାଙ୍ଗୀର ଜିଲାର ରେଲ୍‌ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ହେବ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏଥିସହ ଧର୍ମେନ୍ଦ୍ର କହିଛନ୍ତି, ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟଗୁଡିକୁ ମଞ୍ଜୁର ପ୍ରଦାନ କରାଯାଇଛି। ଆଗାମୀ ଦିନରେ ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ସମ୍ପ୍ରସାରଣ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହାଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ। ବିଶେଷ ଭାବରେ ଅନୁସୂତିତ ଜାତି, ଜନଜାତି ଓ ପଛୁଆବର୍ଗର ଛାତ୍ରୀଛାତ୍ର ଉପକୃତ ହୋଇପାରିବେ। ସେହିପରି ଛାତ୍ରୀଛାତ୍ରଙ୍କ ମାନସିକ, ଶାରୀରିକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ। ସ୍ଥାନୀୟ ଅଞ୍ଚଳରେ ବହୁ ନିଯୁକ୍ତି ସୃଷ୍ଟି ହେବ ବୋଲି ଆଶା କରାଯାଉଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri