ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର,୭ା୧୨(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି(ସିସିଇଏ) ବୈଠକରେ ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଅନୁମୋଦନ ମିଳିଛି। ଏଥିମଧ୍ୟରେ ଓଡ଼ିଶାର ୮ଟି କେନ୍ଦ୍ରୀୟ ବିଦ୍ୟାଳୟ ରହିଛି। ସମ୍ବଲପୁର ଜିଲାର କୁଚିଣ୍ଡା, ଅନୁଗୋଳ ଜିଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲାର ଜୟପୁର, ବଲାଙ୍ଗୀର ଜିଲାର ରେଲ୍‌ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ହେବ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏଥିସହ ଧର୍ମେନ୍ଦ୍ର କହିଛନ୍ତି, ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟଗୁଡିକୁ ମଞ୍ଜୁର ପ୍ରଦାନ କରାଯାଇଛି। ଆଗାମୀ ଦିନରେ ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ସମ୍ପ୍ରସାରଣ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହାଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ। ବିଶେଷ ଭାବରେ ଅନୁସୂତିତ ଜାତି, ଜନଜାତି ଓ ପଛୁଆବର୍ଗର ଛାତ୍ରୀଛାତ୍ର ଉପକୃତ ହୋଇପାରିବେ। ସେହିପରି ଛାତ୍ରୀଛାତ୍ରଙ୍କ ମାନସିକ, ଶାରୀରିକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ। ସ୍ଥାନୀୟ ଅଞ୍ଚଳରେ ବହୁ ନିଯୁକ୍ତି ସୃଷ୍ଟି ହେବ ବୋଲି ଆଶା କରାଯାଉଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?