୮ ଜିଲାର ୮ ନୂଆ ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପିତ

ଭୁବନେଶ୍ବର, ୨୦ା୭(ସୁନିତ୍‌ ମିଶ୍ର)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୮ ଜିଲାରେ ୮ଟି ଏକ୍ସଟ୍ରା ହାଇ ଭୋଲଟେଜ ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପିତ କରିଛନ୍ତି। ଅନୁଗୋଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ଼, କୋରାପୁଟର ବୋରିଗୁମ୍ମା, ଝାରସୁଗୁଡ଼ାର ଲଖନପୁର, ସୁନ୍ଦରଗଡ଼ର କୁମାରମୁଣ୍ଡା, ସମ୍ବଲପୁରର ବାମରା, ବରଗଡ଼ର ଭଟ୍‌ଲି ଏବଂ ଭଦ୍ରକରେ ଏହିସବୁ ଗ୍ରୀଡ୍‌ ସବଷ୍ଟେଶନ ପାଇଁ ରାଜ୍ୟ ସରକାର ୬୫୦ କୋଟି ଟଙ୍କା ବିନିଯୋଗ କରିଛନ୍ତି। ଏହାଦ୍ବାରା ରାଜ୍ୟର ୨ ଲକ୍ଷ ୨୦ ହଜାର ଉପଭୋକ୍ତା ଉପକୃତ ହେବେ।
ଭିଡିଓ କନ୍‌ଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହାଦ୍ବାରା ଜନସାଧାରଣ ଗୁଣାତ୍ମକ ଓ ନିରନ୍ତର ବିଜୁଳି ପାଇପାରିବେ। ସମସ୍ତଙ୍କ ପାଇଁ ବିଜୁଳିର ଲକ୍ଷ୍ୟ ହାସଲ ଦିଗରେ ମଧ୍ୟ ଏହା ଏକ ବଡ଼ ସଫଳତା। ରାଜ୍ୟରେ ୧୬,୩୦୦ ସର୍କିଟ କିଲୋମିଟର ଦୀର୍ଘ ବିଦ୍ୟୁତ୍‌ ସରବରାହ ନେଟ୍‌ୱର୍କ ରହିଛି। ୧୯୩ଟି ଏକ୍ସଟ୍ରା ହାଇ ଭୋଲଟେଜ ଗ୍ରୀଡ୍‌ ସବଷ୍ଟେଶନ ମଧ୍ୟ ନିର୍ମାଣ କରାଯାଇଛି। ରାଜ୍ୟ ସହରାଞ୍ଚଳର ୯୯ ପ୍ରତିଶତ ଓ ଗ୍ରାମାଞ୍ଚଳର ୯୭ ପ୍ରତିଶତ ଲୋକଙ୍କୁ ବର୍ତ୍ତମାନ ବିଜୁଳିର ସୁବିଧା ମିଳୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନୀତି ଆୟୋଗ ରିପୋର୍ଟକୁ ଭିତ୍ତିକରି ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ୨୦୧୫-୧୬ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟର ୬୦ ଲକ୍ଷରୁ ଅଧିକ ଲୋକ ଗରିବୀରୁ ଉପରକୁ ଉଠିଛନ୍ତି। ଏଥିରେ ଗୁଣାତ୍ମକ ବିଦ୍ୟୁତ୍‌ର ଏକ ବଡ଼ ଭୂମିକା ରହିଛି। ଆଧୁନିକ ଅର୍ଥନୀତିର ମୁଖ୍ୟ ଆଧାର ହେଉଛି ବିଜୁଳି। ଲୋକଙ୍କ ଜୀବନଧାରଣର ମାନରେ ଉନ୍ନତି ପାଇଁ ବିଜୁଳି ଅତି ଜରୁରୀ। ଲୋକଙ୍କୁ ନିରନ୍ତର ବିଜୁଳି ଯୋଗାଇବା ସରକାରଙ୍କ ଏକ ମୁଖ୍ୟ ଲକ୍ଷ୍ୟ ଓ ଏଥିପାଇଁ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି।
ଏହି ଅବସରରେ ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ ପକ୍ଷରୁ ୧୦୩.୩୭ କୋଟି ଟଙ୍କା ଏବଂ ଓପିଟିସିଏଲ୍‌ ପକ୍ଷରୁ ୪୨ କୋଟି ଟଙ୍କା ରାଜ୍ୟ ସରକାରଙ୍କ ଅନ୍ତରୀଣ ଲାଭାଂଶ ବାବଦରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରଦାନ କରାଯାଇଛି। ଏହାସହିତ ଓପିଜିସି ପକ୍ଷରୁ ୨ କୋଟି ଓ ଓପିଟିସିଏଲ୍‌ ପକ୍ଷରୁ ୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଛନ୍ତି, ଏହାଦ୍ବାରା ଶିଳ୍ପ, କୃଷି, ଶିକ୍ଷା ଆଦି କ୍ଷେତ୍ରରେ ବିକାଶ ତ୍ୱରାନ୍ବିତ ହେବା ସହିତ ଲୋକଙ୍କୁ ଗୁଣାତ୍ମକ ବିଜୁଳି ମିଳିପାରିବ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୬୩ଟି ଗ୍ରୀଡ୍‌ ସବଷ୍ଟେଶନ ନିର୍ମାଣ କରାଯାଇଥିବା ବେଳେ ଆଉ ୧୦୦ଟି ନିର୍ମାଣାଧୀନ ଅଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଛନ୍ତି। ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିବା ବେଳେ ଓପିଟିସିଏଲ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?