ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮ ପଜିଟିଭ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏ ନେଇ ଶନିବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ଲୋକାଲ କେସ ରହିଛନ୍ତି।
ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ, ସୁନ୍ଦରଗଡ଼ ଏବଂ ଷ୍ଟେଟ୍‌ ପୁଲ୍‌ରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି।