ପୁଞ୍ଜିନିବେଶକାରୀଙ୍କ ପାଇଁ ୮ ନୂଆ ନୀତି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବୁଧବାରଠାରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଆରମ୍ଭ ହୋଇଛି। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାର ପୁଞ୍ଜିପତିମାନଙ୍କୁ ଆକୃଷ୍ଟ କରିବାକୁ ୮ଟି ନୂଆ ନୀତି(ପଲିସି) ଆଣିଛନ୍ତି। କ୍ୟାବିନେଟରେ ଉକ୍ତ ପଲିସିଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହାଛଡ଼ା ଅନେକ ନୀତିଗତ ନିଷ୍ପତ୍ତି କ୍ୟାବିନେଟ ବୈଠକରେ ନିଆଯାଇଛି।
ଓଡ଼ିଶା ଶିଳ୍ପ ନୀତି-୨୦୨୨କୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛିି। ରାଜ୍ୟରେ ବଡ଼ଧରଣର ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଓଡ଼ିଶାକୁ ପୂର୍ବ ଭାରତର ଶିଳ୍ପ ହବ୍‌ କରିବା ଉପରେ ଏଥିରେ ଗୁରୁତ୍ୱାରୋପ କରାଯାଇଛି । ଏହି ନୀତି ଅନୁଯାୟୀ ଶିଳ୍ପଗୁଡ଼ିକୁ ଥ୍ରଷ୍ଟ ସେକ୍ଟର, ପ୍ରାୟରିଟି ସେକ୍ଟର ଭାବରେ ବର୍ଗୀକୃତ କରାଯାଇଛି । ଏହି ନୂଆ ନୀତି ଅନୁଯାୟୀ ଉକ୍ତ ୨ଟି କ୍ଷେତ୍ରରେ ପ୍ରତିଷ୍ଠିତ ଶିଳ୍ପ ପାଇଁ ସର୍ବୋତ୍ତମ ପ୍ରୋତ୍ସାହନ ବ୍ୟବସ୍ଥା କରାଯାଇଛି । ଏଥିରେ ଉତ୍ତମ ଶିଳ୍ପ ଭିତ୍ତିଭୂମିର ବିକାଶ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏହାଛଡ଼ା ନୂଆ ଶିଳ୍ପ ନୀତି ଷ୍ଟାର୍ଟଅପ୍‌ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ସୁଯୋଗ ସୃଷ୍ଟି କରାଯାଇଛି।
କୋଭିଡ୍‌ ମହାମାରୀ ଯୋଗୁ ରାଜ୍ୟ ପର୍ଯ୍ୟଟନ ଶିଳ୍ପ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି କ୍ଷେତ୍ରକୁ ନୂଆ ଜୀବନ ଦେବା ସହ ବିଦେଶୀ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ଲାଗି ରାଜ୍ୟ ସରକାର ନୂତନ ପର୍ଯ୍ୟଟନ ନୀତି-୨୦୨୨ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏହାକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ କରାଯାଇଛି। ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ପ୍ରୋତ୍ସାହିତ କରାଯିବା ସହିତ ସ୍ବାସ୍ଥ୍ୟ, ଓ୍ବେଲ୍‌ନେସ ଓ ମେଡିକାଲ ଟୁରିଜମ୍‌କୁ ପର୍ଯ୍ୟଟନ ଉଦ୍ୟୋଗ ଭାବେ ଅନୁମୋଦନ ଦେବା ପାଇଁ ଏଥିରେ ବ୍ୟବସ୍ଥା ରହିଛି । ପର୍ଯ୍ୟଟକଙ୍କୁ ଓଡ଼ିଶା ଆକୃଷ୍ଟ କରିବା ସହ ହୋଟେଲ ଶିଳ୍ପକୁ ପ୍ରୋତ୍ସାହନ ଦେବା ବ୍ୟବସ୍ଥା କରାଯାଇଛି। ଏହି ନୀତି ଦ୍ୱାରା ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ସାମାଜିକ ଓ ଆର୍ଥିକ କ୍ଷେତ୍ର ବିକଶିତ ହେବ। ଏଥିରେ ଦୀର୍ଘମିଆଦୀ ପର୍ଯ୍ୟଟନ ବିକାଶ କରିବା ନେଇ ବ୍ୟବସ୍ଥା ହୋଇଛି।ରାଜ୍ୟରେ ବିମାନ ସେବାକୁ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏହି କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ଓଡ଼ିଶା ବେସାମରିକ ବିମାନ ଚଳାଚଳ ନୀତି ଆଣିଛନ୍ତି। ଏହାକୁ କ୍ୟାବିନେଟ ଅନୁମୋଦନ କରିଛି। ଏହା ଆଞ୍ଚଳିକ, ଘରୋଇ ତଥା ଆନ୍ତର୍ଜାତିକ ବିମାନ ସଂଯୋଗକୁ ସୁଦୃଢ଼ କରିବା ସହ ରାଜ୍ୟରେ ଉତ୍ତମ ବ୍ୟବସାୟିକ ଓ ନିଯୁକ୍ତି ପରିବେଶ ସୃଷ୍ଟି କରିବ। ଏହା ରାଜ୍ୟରେ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ବେସାମରିକ ବିମାନ ସେବା କ୍ଷେତ୍ରକୁ ପ୍ରଶସ୍ତ କରିବ। ଏଥିସହିତ ବିମାନବନ୍ଦର ଭିତ୍ତିଭୂମି ବିକାଶକୁ ତ୍ୱରାନ୍ବିତ କରିବ। ଏହି ନୀତି ପ୍ରାଥମିକ ପର୍ଯ୍ୟାୟରେ ଆସନ୍ତା ୫ ବର୍ଷ ପାଇଁ ବଳବତ୍ତର ରହିବ।
ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଜରିଆରେ ୨୦୩୦ ସୁଦ୍ଧା ରାଜ୍ୟରେ ବିଭିନ୍ନ ଉତ୍ସରୁ ପ୍ରାୟ ୧୧ ହଜାର ମେଗାୱାଟ ଅକ୍ଷୟ ଶକ୍ତି କ୍ଷମତା ହାସଲ କରିବାକୁ ଲକ୍ଷ୍ୟ ରଖାଯାଇଛି।
ଓଡ଼ିଶା ପୋଷାକ ଓ ବୈଷୟିକ ବୟନଶିଳ୍ପ ନୀତି-୨୦୨୨ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି। ଏହି ନୀତି ଓଡ଼ିଶାରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ଆନୁଷଙ୍ଗିକ ଶିଳ୍ପ ପ୍ରତିଷ୍ଠା କ୍ଷେତ୍ରରେ ସହାୟକ ହେବ। ଏହି ନୀତିରେ ପୁଞ୍ଜି ବିନିଯୋଗ ସହାୟତା, ନିଯୁକ୍ତି ସହାୟତା ତଥା ବଜାର ବିକାଶ ସହାୟତା ନିମନ୍ତେ ପ୍ରୋତ୍ସାହନ ବ୍ୟବସ୍ଥା ରଖାଯାଇଛି । ଓଡ଼ିଶାରେ ସଂଯୋଜନ କ୍ଷେତ୍ରର ବିକାଶ ପାଇଁ ଓଡ଼ିଶା ଲଜିଷ୍ଟିକ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଏହା ବାଣିଜ୍ୟ ପାଇଁ ଉପଯୁକ୍ତ ଗନ୍ତବ୍ୟସ୍ଥଳ ଭାବରେ ରାଜ୍ୟର ସ୍ଥିତିକୁ ସୁଦୃଢ଼ କରିବ ଏବଂ ଯୋଗାଣ ଶୃଙ୍ଖଳକୁ ମଧ୍ୟ ମଜଭୁତ କରିବ। ଏଥିରେ ସବୁଜ ଇନ୍ଧନର ବ୍ୟବହାରକୁ ମଧ୍ୟ ଉତ୍ସାହିତ କରାଯାଇଛି ।
ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଏହି ନୀତି ଅନୁଯାୟୀ ଖାଦ୍ୟ ପ୍ରକ୍ରିୟାକରଣ ସହ ଜଡ଼ିତ ଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଗୁଡ଼ିକୁ ଆବଶ୍ୟକ ଭିତ୍ତିଭୂମି ସହାୟତା ଓ ଆର୍ଥିକ ପ୍ରୋତ୍ସାହନ ଯୋଗାଇଦେବାକୁ ଲକ୍ଷ୍ୟ ରଖାଯାଇଛି। ଓଡ଼ିଶା ରପ୍ତାନି ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଅନୁଯାୟୀ ରପ୍ତାନି ପ୍ରତିଯୋଗିତାରେ ଉନ୍ନତି ଆଣିବା ସହ ଓଡ଼ିଶାକୁ ଭାରତର ୫ଟି ଶ୍ରେଷ୍ଠ ରାଜ୍ୟରେ ସାମିଲ କରିବା ଏବଂ ୨୦୨୬-୨୭ ସୁଦ୍ଧା ୩.୫ ଲକ୍ଷ କୋଟି ଟଙ୍କାର ରପ୍ତାନି ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri