ପୁଞ୍ଜିନିବେଶକାରୀଙ୍କ ପାଇଁ ୮ ନୂଆ ନୀତି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବୁଧବାରଠାରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଆରମ୍ଭ ହୋଇଛି। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାର ପୁଞ୍ଜିପତିମାନଙ୍କୁ ଆକୃଷ୍ଟ କରିବାକୁ ୮ଟି ନୂଆ ନୀତି(ପଲିସି) ଆଣିଛନ୍ତି। କ୍ୟାବିନେଟରେ ଉକ୍ତ ପଲିସିଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହାଛଡ଼ା ଅନେକ ନୀତିଗତ ନିଷ୍ପତ୍ତି କ୍ୟାବିନେଟ ବୈଠକରେ ନିଆଯାଇଛି।
ଓଡ଼ିଶା ଶିଳ୍ପ ନୀତି-୨୦୨୨କୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛିି। ରାଜ୍ୟରେ ବଡ଼ଧରଣର ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଓଡ଼ିଶାକୁ ପୂର୍ବ ଭାରତର ଶିଳ୍ପ ହବ୍‌ କରିବା ଉପରେ ଏଥିରେ ଗୁରୁତ୍ୱାରୋପ କରାଯାଇଛି । ଏହି ନୀତି ଅନୁଯାୟୀ ଶିଳ୍ପଗୁଡ଼ିକୁ ଥ୍ରଷ୍ଟ ସେକ୍ଟର, ପ୍ରାୟରିଟି ସେକ୍ଟର ଭାବରେ ବର୍ଗୀକୃତ କରାଯାଇଛି । ଏହି ନୂଆ ନୀତି ଅନୁଯାୟୀ ଉକ୍ତ ୨ଟି କ୍ଷେତ୍ରରେ ପ୍ରତିଷ୍ଠିତ ଶିଳ୍ପ ପାଇଁ ସର୍ବୋତ୍ତମ ପ୍ରୋତ୍ସାହନ ବ୍ୟବସ୍ଥା କରାଯାଇଛି । ଏଥିରେ ଉତ୍ତମ ଶିଳ୍ପ ଭିତ୍ତିଭୂମିର ବିକାଶ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏହାଛଡ଼ା ନୂଆ ଶିଳ୍ପ ନୀତି ଷ୍ଟାର୍ଟଅପ୍‌ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ସୁଯୋଗ ସୃଷ୍ଟି କରାଯାଇଛି।
କୋଭିଡ୍‌ ମହାମାରୀ ଯୋଗୁ ରାଜ୍ୟ ପର୍ଯ୍ୟଟନ ଶିଳ୍ପ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି କ୍ଷେତ୍ରକୁ ନୂଆ ଜୀବନ ଦେବା ସହ ବିଦେଶୀ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ଲାଗି ରାଜ୍ୟ ସରକାର ନୂତନ ପର୍ଯ୍ୟଟନ ନୀତି-୨୦୨୨ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏହାକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ କରାଯାଇଛି। ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ପ୍ରୋତ୍ସାହିତ କରାଯିବା ସହିତ ସ୍ବାସ୍ଥ୍ୟ, ଓ୍ବେଲ୍‌ନେସ ଓ ମେଡିକାଲ ଟୁରିଜମ୍‌କୁ ପର୍ଯ୍ୟଟନ ଉଦ୍ୟୋଗ ଭାବେ ଅନୁମୋଦନ ଦେବା ପାଇଁ ଏଥିରେ ବ୍ୟବସ୍ଥା ରହିଛି । ପର୍ଯ୍ୟଟକଙ୍କୁ ଓଡ଼ିଶା ଆକୃଷ୍ଟ କରିବା ସହ ହୋଟେଲ ଶିଳ୍ପକୁ ପ୍ରୋତ୍ସାହନ ଦେବା ବ୍ୟବସ୍ଥା କରାଯାଇଛି। ଏହି ନୀତି ଦ୍ୱାରା ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ସାମାଜିକ ଓ ଆର୍ଥିକ କ୍ଷେତ୍ର ବିକଶିତ ହେବ। ଏଥିରେ ଦୀର୍ଘମିଆଦୀ ପର୍ଯ୍ୟଟନ ବିକାଶ କରିବା ନେଇ ବ୍ୟବସ୍ଥା ହୋଇଛି।ରାଜ୍ୟରେ ବିମାନ ସେବାକୁ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏହି କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ଓଡ଼ିଶା ବେସାମରିକ ବିମାନ ଚଳାଚଳ ନୀତି ଆଣିଛନ୍ତି। ଏହାକୁ କ୍ୟାବିନେଟ ଅନୁମୋଦନ କରିଛି। ଏହା ଆଞ୍ଚଳିକ, ଘରୋଇ ତଥା ଆନ୍ତର୍ଜାତିକ ବିମାନ ସଂଯୋଗକୁ ସୁଦୃଢ଼ କରିବା ସହ ରାଜ୍ୟରେ ଉତ୍ତମ ବ୍ୟବସାୟିକ ଓ ନିଯୁକ୍ତି ପରିବେଶ ସୃଷ୍ଟି କରିବ। ଏହା ରାଜ୍ୟରେ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ବେସାମରିକ ବିମାନ ସେବା କ୍ଷେତ୍ରକୁ ପ୍ରଶସ୍ତ କରିବ। ଏଥିସହିତ ବିମାନବନ୍ଦର ଭିତ୍ତିଭୂମି ବିକାଶକୁ ତ୍ୱରାନ୍ବିତ କରିବ। ଏହି ନୀତି ପ୍ରାଥମିକ ପର୍ଯ୍ୟାୟରେ ଆସନ୍ତା ୫ ବର୍ଷ ପାଇଁ ବଳବତ୍ତର ରହିବ।
ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଜରିଆରେ ୨୦୩୦ ସୁଦ୍ଧା ରାଜ୍ୟରେ ବିଭିନ୍ନ ଉତ୍ସରୁ ପ୍ରାୟ ୧୧ ହଜାର ମେଗାୱାଟ ଅକ୍ଷୟ ଶକ୍ତି କ୍ଷମତା ହାସଲ କରିବାକୁ ଲକ୍ଷ୍ୟ ରଖାଯାଇଛି।
ଓଡ଼ିଶା ପୋଷାକ ଓ ବୈଷୟିକ ବୟନଶିଳ୍ପ ନୀତି-୨୦୨୨ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି। ଏହି ନୀତି ଓଡ଼ିଶାରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ଆନୁଷଙ୍ଗିକ ଶିଳ୍ପ ପ୍ରତିଷ୍ଠା କ୍ଷେତ୍ରରେ ସହାୟକ ହେବ। ଏହି ନୀତିରେ ପୁଞ୍ଜି ବିନିଯୋଗ ସହାୟତା, ନିଯୁକ୍ତି ସହାୟତା ତଥା ବଜାର ବିକାଶ ସହାୟତା ନିମନ୍ତେ ପ୍ରୋତ୍ସାହନ ବ୍ୟବସ୍ଥା ରଖାଯାଇଛି । ଓଡ଼ିଶାରେ ସଂଯୋଜନ କ୍ଷେତ୍ରର ବିକାଶ ପାଇଁ ଓଡ଼ିଶା ଲଜିଷ୍ଟିକ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଏହା ବାଣିଜ୍ୟ ପାଇଁ ଉପଯୁକ୍ତ ଗନ୍ତବ୍ୟସ୍ଥଳ ଭାବରେ ରାଜ୍ୟର ସ୍ଥିତିକୁ ସୁଦୃଢ଼ କରିବ ଏବଂ ଯୋଗାଣ ଶୃଙ୍ଖଳକୁ ମଧ୍ୟ ମଜଭୁତ କରିବ। ଏଥିରେ ସବୁଜ ଇନ୍ଧନର ବ୍ୟବହାରକୁ ମଧ୍ୟ ଉତ୍ସାହିତ କରାଯାଇଛି ।
ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଏହି ନୀତି ଅନୁଯାୟୀ ଖାଦ୍ୟ ପ୍ରକ୍ରିୟାକରଣ ସହ ଜଡ଼ିତ ଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଗୁଡ଼ିକୁ ଆବଶ୍ୟକ ଭିତ୍ତିଭୂମି ସହାୟତା ଓ ଆର୍ଥିକ ପ୍ରୋତ୍ସାହନ ଯୋଗାଇଦେବାକୁ ଲକ୍ଷ୍ୟ ରଖାଯାଇଛି। ଓଡ଼ିଶା ରପ୍ତାନି ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଅନୁଯାୟୀ ରପ୍ତାନି ପ୍ରତିଯୋଗିତାରେ ଉନ୍ନତି ଆଣିବା ସହ ଓଡ଼ିଶାକୁ ଭାରତର ୫ଟି ଶ୍ରେଷ୍ଠ ରାଜ୍ୟରେ ସାମିଲ କରିବା ଏବଂ ୨୦୨୬-୨୭ ସୁଦ୍ଧା ୩.୫ ଲକ୍ଷ କୋଟି ଟଙ୍କାର ରପ୍ତାନି ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?