ଭାରତରେ ୮ ନୂଆ ଷ୍ଟ୍ରେନ୍‌

ନୂଆଦିଲ୍ଲୀ, ୩୦।୧୨: ୮ ବ୍ରିଟେନ ଫେରନ୍ତା ସଂକ୍ରମିତଙ୍କଠାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି। ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଣ୍ଟାଲ ହେଲ୍‌ଥ ଆଣ୍ଡ ନ୍ୟୁରୋସାଇନ୍ସ, ହାଇଦ୍ରାବାଦର ସେଣ୍ଟର ଫର୍‌ ସେଲୁଲାର ଆଣ୍ଡ ମଲିକ୍ୟୁଲାର ବାୟୋଲୋଜି ଏବଂ ପୁଣେର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜିରେ ନମୁନା ପରୀକ୍ଷା ବେଳେ ବ୍ରିଟେନର ନୂଆ ଷ୍ଟ୍ରେନ୍‌ ଜଣାପଡିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେମାନଙ୍କୁ ନିର୍ଦ୍ଦିଷ୍ଟ ସ୍ବାସ୍ଥ୍ୟସେବା କେନ୍ଦ୍ରର ସିଙ୍ଗଲ୍‌ ରୁମ୍‌ ଆଇସୋଲେଶନରେ ଓ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଉକ୍ତ ଯାତ୍ରୀଙ୍କ ସହ ଅନ୍ୟ କେଉଁମାନେ ଆସିଥିଲେ ଓ ସେମାନେ କାହା ସଂସ୍ପର୍ଶରେ ଆସିଛନ୍ତି, ଖୋଜି ବାହାର କରିବା ଲାଗି ଉଦ୍ୟମ ଜାରି ରହିଛି। ଯାଞ୍ଚ, କଣ୍ଟେନ୍‌ମେଣ୍ଟ, ପରୀକ୍ଷା ବଢ଼ାଇବା ପାଇଁ ରାଜ୍ୟଗୁଡ଼ିକୁ ପରାମର୍ଶ ଦିଆଯାଇଛି। ସେହିପରି ନମୁନା ଭାରତୀୟ ସାର୍ସ-ସିଓଭି-୨ ଜିନୋମିକ୍‌ କନ୍‌ସୋର୍ଟିୟମ୍‌କୁ ପଠାଇବା ଲାଗି କୁହାଯାଇଛି।
ଅନ୍ୟପକ୍ଷରେ ବ୍ରିଟେନ୍‌ ଓ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ବିରୋଧରେ ଭାରତ ଓ ଅନ୍ୟ ଦେଶରେ ପ୍ରସ୍ତୁତ କୋଭିଡ୍‌ ଟିକା କାମ ଦେବ ବୋଲି ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ଉପଦେଷ୍ଟା (ପିଏସ୍‌ଏ) ପ୍ରଫେସର କୃଷ୍ଣସ୍ବାମୀ ବିଜୟ ରାଘବନ କହିଛନ୍ତି। ଭୂତାଣୁର ନୂଆ ଭାରିଆଣ୍ଟ ବିରୋଧରେ ସୁରକ୍ଷା ଦେବାରେ କୋଭିଡ୍‌ ଟିକା ବିଫଳ ହୋଇଥିବାର କୌଣସି ପ୍ରମାଣ ନାହିଁ ବୋଲି ସେ ଗଣମାଧ୍ୟମକୁ କହିଛନ୍ତି।
ବର୍ତ୍ତମାନ ସୁଦ୍ଧା ୮ ବ୍ରିଟେନ୍‌ ଫେରନ୍ତାଙ୍କଠାରେ ଭୂତାଣୁର ନୂଆ ରୂପ ଚିହ୍ନଟ ହେଲାଣି। ତେବେ ଟିକାକୁ ନେଇ ଚିନ୍ତା କରିବାର କାରଣ ନାହିଁ ବୋଲି ସରକାର କହିଛନ୍ତି। ବ୍ରିନେଟରେ ନୂଆ ଭାରିଆଣ୍ଟ ଚିହ୍ନଟ ପୂର୍ବରୁ ଲାବରେଟୋରିରେ ପାଖାପାଖି ୫ ହଜାର ଜିନୋମ ସିକ୍ୱେନ୍ସ କରାଯାଇଥିଲା। ଏବେ ଏହାର ସଂଖ୍ୟାକୁ ଆହୁରି ବଢ଼ାଇବା ସହ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବୁ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କହିଛନ୍ତି।
ପ୍ରଥମ ପର୍ଯ୍ୟାୟରେ ଭାରତ ସରକାର ୩୦ କୋଟି ଲୋକଙ୍କୁ କୋଭିଡ୍‌ ଟିକା ଦେବା ଲାଗି ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବା ବେଳେ ୪ଟି ରାଜ୍ୟରେ ଡ୍ରାଏ ରନ୍‌ କରାଯାଇଛି। ବିଶାଳ ଜନସଂଖ୍ୟା ବିଶିଷ୍ଟ ଦେଶରେ ଟିକା ପହଞ୍ଚାଇବା ଏବେ ଚିନ୍ତାର ବିଷୟ ହୋଇଛି। ଟିକା ପରିବହନ ପାଇଁ ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ପ୍ରସ୍ତୁତ ରଖାଯାଇଛି। ପର୍ଯ୍ୟାପ୍ତ ଉପକରଣ ଓ କଣ୍ଟେନର ନ ଥିବା ଗ୍ରାମାଞ୍ଚଳରେ ଟିକାକରଣ ନେଇ ସମସ୍ୟା ସୃଷ୍ଟି ହୋଇପାରେ। ବିଭିନ୍ନ ଅଞ୍ଚଳରେ କୋଲ୍ଡ ଚେନ୍‌ ଉପଲବ୍ଧ କରାଇବା ଚ୍ୟାଲେଞ୍ଜ ହୋଇପାରେ ବୋଲି କୁହାଯାଉଛି। ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୨ରୁ ୮ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରାରେ ୨.୭ ନିୟୁତ ଭାଏଲ୍‌ ଟିକା ରଖିବା ଲାଗି ବ୍ୟବସ୍ଥା ହୋଇଛି। ଏଥିସହିତ ବିଯୁକ୍ତ ୨୦ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରାରେ କେତେକ ଟିକା ରଖିବାକୁ ପଡ଼ୁଥିବାରୁ ଏଥିପାଇଁ କୁଲିଂ ଚାମ୍ବର ବ୍ୟବସ୍ଥା କରାଯାଇଛି।

‘ବ୍ରିଟେନ ଫେରନ୍ତା ନିଜ ତଥ୍ୟ ଦିଅନ୍ତୁ’

ବ୍ରିଟେନ୍‌ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ୁଛି। ପତ୍ତା ମିଳୁ ନ ଥିବା ବ୍ରିଟେନ ଫେରନ୍ତାଙ୍କୁ ନିଜ ନିଜର ତଥ୍ୟ ଦେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରାଯାଇଛି। ନିଜ ଆଡୁ ସରକାରଙ୍କ ପାଖରେ ତଥ୍ୟ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ, ବ୍ରିଟେନରୁ ଫେରିଥିବା ୧୮୧ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୧୯ ଜଣଙ୍କ ପତ୍ତା ମିଳିଥିବା ବେଳେ ସେମାନଙ୍କ ମଧ୍ୟରୁ ୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କିନ୍ତୁ ବାକି ୬୨ଜଣ ଭୁଲ୍‌ ନମ୍ବର ଓ ଠିକଣା ଦେଇଥିବାରୁ ସେମାନଙ୍କ ସମ୍ପର୍କରେ ସୂଚନା ମିଳିନାହିଁ। ତେବେ ନୂଆ ଷ୍ଟ୍ରେନ୍‌କୁ ନେଇ ଭୟ କରିବାର କୌଣସି କାରଣ ନାହିଁ। ବ୍ରିଟେନ୍‌ରେ ଦେଖାଦେଇଥିବା ନୂଆ କରୋନା ଆକ୍ରାନ୍ତ କେସ୍‌ ଦ୍ୱାରା କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ହୋଇନାହିଁ। ତେଣୁ ଏଥିରେ ବିଚଳିତ ନ ହୋଇ ଏହାର ମୁକାବିଲା କରିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ଯଦି ବି ସେମାନଙ୍କ ମଧ୍ୟରୁ କିଏ ପଜିଟିଭ୍‌ ଚିହ୍ନଟ ହେବେ, ସେମାନଙ୍କର ଜେନମ୍‌ ସିକ୍ୱେନ୍ସିଂ ଦେଖିବୁ ଏବଂ ଆକାଡେମିକ୍‌ ରିସର୍ଚ୍ଚ କରିବୁ ବୋଲି ମିଶ୍ର କହିଛନ୍ତି।
ଅନ୍ୟପକ୍ଷରେ ଭାରତରେ ନୂଆ କରୋନା ଷ୍ଟ୍ରେନକୁ ନେଇ ଡିଏମ୍‌ଇଟି ନିର୍ଦ୍ଦେଶକ ଡା. ସି.ବି.କେ. ମହାନ୍ତି କହିଛନ୍ତି ଯେ, ଏହି ଭୂତାଣୁ ପୂର୍ବ ଭୂତାଣୁଠାରୁ କ୍ଷିପ୍ର ଗତିରେ ସଂକ୍ରମିତ ହେବ। ଅଧିକ ଲୋକ ମଧ୍ୟ ସଂକ୍ରମଣର ଶିକାର ହେବେ। ଓଡ଼ିଶାରେ ପଜିଟିଭ୍‌ ଚିହ୍ନଟ ଲୋକଙ୍କ ଜେନମ୍‌ ସିକ୍ୱେନ୍ସିଂ ଜାଣିବା ପାଇଁ ସେମାନଙ୍କ ନମୁନା ପୁଣେକୁ ପଠାଯାଇଛି। ଏହି ନୂଆ ଭାଇରସ ସୁପର ସ୍ପ୍ରେଡର ହେବ କି ନାହିଁ ତାହା ଜଣାପଡ଼ିନାହିଁ। କିନ୍ତୁ ଜ୍ୱର, ଝାଡ଼ା ଓ କାଶ ଏହି ନୂଆ ଭୂତାଣୁର ଲକ୍ଷଣ ବୋଲି ଡିଏମ୍‌ଇଟି ନିର୍ଦ୍ଦେଶକ କହିଛନ୍ତି।
୧୮ଟି ଜିଲାର ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ ଅଧିକାଂଶ ଭୁବନେଶ୍ୱର ବାସିନ୍ଦା ହୋଇଥିବାରୁ ବିଏମ୍‌ସି ପକ୍ଷରୁ ସେମାନଙ୍କୁ ଠାବ କରିବାକୁ ପ୍ରୟାସ ଜାରି ରହିଛି। ବ୍ରିଟେନରୁ ଭୁବନେଶ୍ୱର ଫେରିଥିବା ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପରୀକ୍ଷା ପାଇଁ ସେମାନଙ୍କ ନମୁନା ପୁଣେ ପଠାଯାଇଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୮ ବ୍ରିଟେନ୍‌ ଫେରନ୍ତାଙ୍କ ତାଲିକା ଆସିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ନୂଆ ଷ୍ଟ୍ରେନ ଦ୍ୱାରା ଆକ୍ରାନ୍ତଙ୍କ କି ନାହିଁ ରିପୋର୍ଟ ଆସିଲା ପରେ ଜଣାପଡ଼ିବ। ଦ୍ୱିତୀୟ ପର୍ଯ୍ୟାୟରେ ୬୦ରୁ ୭୦ ଫେରନ୍ତାଙ୍କ ତାଲିକା ଆସିଛି। ସେମାନଙ୍କ ଫୋନ ନମ୍ବର ଓ ଅନ୍ୟାନ୍ୟ ତଥ୍ୟ ସଂଗ୍ରହ କରାଯାଉଛି। ଏଥିପାଇଁ ୩ଟି ଜୋନ ପାଇଁ ୬ଟି ଟିମ୍‌ ଗଠନ କରାଯାଇ ଯାଞ୍ଚ ଆରମ୍ଭ ହୋଇଥିବା କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ...

ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ...

ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି...

ଅଗ୍ନିବୀର ଯୋଜନାକୁ ନେଇ ସରକାର ନେବେ ବଡ ନିଷ୍ପତ୍ତି? ରାଜନାଥ ଦେଲେ ସୂଚନା

ନୂଆଦିଲ୍ଲୀ,୨୮।୩: ଅଗ୍ନିବୀର ଯୋଜନା ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଆବଶ୍ୟକତା ପଡେ ତେବେ...

ଛିଣ୍ଡିଲା କଥା! ମହାମେଣ୍ଟରେ ସମାଧାନ ହେଲା ସିଟ ଶେୟାରିଂ ପ୍ରସଙ୍ଗ, କାଲି ଘୋଷଣା

ପାଟନା,୨୮।୩: ବିହାରରୁ ଏକ ବଡ ଖବର ଆସିଛି, ଯେଉଁଠାରେ ଗ୍ରାଣ୍ଡ ଆଲାଇନ୍ସରେ ସିଟ ବଣ୍ଟନ ବିଷୟରେ ଆଲୋଚନା ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଏହି ବିଷୟରେ...

ଜିତିବାକୁ ନୁହେଁ ଏହି ବ୍ୟକ୍ତିଙ୍କୁ ପସନ୍ଦ ନିର୍ବାଚନରେ ହାରିବାକୁ

ମେଟ୍ଟୁରା,୨୮।୩: ବିଶ୍ୱର ଯେକୌଣସି ବ୍ୟକ୍ତି କେବଳ ଜିତିବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, କିନ୍ତୁ ତାମିଲନାଡୁରେ ଜଣେ ବ୍ୟକ୍ତି ଅଛନ୍ତି ଯିଏ ନିର୍ବାଚନରେ କେବଳ ହାରିବା...

ମୁଁ ଇଡିକୁ ଧନ୍ୟବାଦ ଦେବାକୁ ଚାହୁଁଛି… କୋର୍ଟରେ କାହିଁକି ସିସୋଡିଆଙ୍କ କଥା ଉଠାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗୁରୁବାର ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ତାଙ୍କର ୬ ଦିନିଆ ଅଟକ...

ଶିବସେନାରେ ସାମିଲ ହେଲେ ଗୋବିନ୍ଦା, ଏହି ଆସନରୁ ଲଢିବେ ନିର୍ବାଚନ

ମୁମ୍ବାଇ,୨୮।୩: ଶିବସେନାରେ ସାମିଲ ହେଲେ ଅଭିନେତା ଗୋବିନ୍ଦା। ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପସ୍ଥିତିରେ ସେ ଶିବସେନାରେ ଯୋଗ ଦେଇଛନ୍ତି। ଶିନ୍ଦେଙ୍କ ଦଳ ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri