ସମସ୍ୟା ଘେରରେ ୮ନଂ. ଓ୍ବାର୍ଡ

ଚୌଦ୍ୱାର,୨୮ା୮(ଆଶୁତୋଷ ଦାସ): ଚୌଦ୍ୱାର ପୌରପାଳିକା ଅଧୀନ ୮ ନମ୍ବର ଓ୍ବାର୍ଡରେ ଅନେକ ସମସ୍ୟା ରହିଛି। ଗତ ଦେଢ ବର୍ଷ ମଧ୍ୟରେ ଏହି ଓ୍ବାର୍ଡରେ କୌଣସି ବିକାଶମୂଳକ କାର୍ଯ୍ୟ ହୋଇନାହିଁ। ଏପରି କି ଓ୍ବାର୍ଡବାସୀଙ୍କ ସମସ୍ୟା ସମାଧାନ କରାଯାଉ ନ ଥିବା ସ୍ଥାନୀୟ କାଉନସିଲର ବିଜୟଲକ୍ଷ୍ମୀ ବେହେରା ଅଭିଯୋଗ କରିଛନ୍ତି। ଉକ୍ତ ୱାର୍ଡ଼ରେ ରାସ୍ତାଘାଟ, ଡ୍ରେନ୍‌, ବିଦ୍ୟାଳୟ ଗୃହ ଓ ଶିକ୍ଷକ ସମସ୍ୟା ସମାଧାନ ପାଇଁ ସ୍ଥାନୀୟ ଲୋକେ କାଉନ୍‌ସିଲର ବେହେରାଙ୍କ ନିକଟରେ ଅଭିଯୋଗ କରିଥିଲେ। ଉପରୋକ୍ତ ସମସ୍ୟା ଦୂର ପାଇଁ ବେହେରା ବାରମ୍ବାର ପୌର ପ୍ରଶାସନକୁ ଜଣାଇଥିଲେ ମଧ୍ୟ ପ୍ରତିକାର ବ୍ୟବସ୍ଥା କରାଯାଇନାହିଁ। ଫଳରେ ସ୍ଥାନୀୟ ଲୋକଙ୍କ ଅଭିଯୋଗରେ ଅତିଷ୍ଠ ହୋଇ କାଉନସିଲର ବେହେରା ଶୁକ୍ରବାର ୱାର୍ଡ଼ ସଫେଇ କାର୍ଯ୍ୟକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିବା ସହିତ ସଫେଇ କର୍ମଚାରୀମାନଙ୍କୁ ୱାର୍ଡ଼ରୁ ଫେରାଇ ଦେଇଥିଲେ। ଖବରପାଇ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ପୌରାଧ୍ୟକ୍ଷା ମାନସୀ ସ୍ବର୍ଣ୍ଣପ୍ରଭା ସାମଲ, ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ ପ୍ରମୁଖ ୱାର୍ଡ଼ରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ୱାର୍ଡ଼ରେ ଡ୍ରେନ୍‌ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଜମିବା, ମଠସାହି ରାସ୍ତାରେ ମଇଳା ପାଣି ଜମି ଯାତାୟତ ବାଧାପ୍ରାପ୍ତ ହେବା, ଜନସ୍ବାସ୍ଥ୍ୟ ବିଭାଗ ତରଫରୁ ପାଇପ ବିଛା ପାଇଁ ଖୋଳା ଯାଇଥିବା କଂକ୍ରିଟ ଓ ମାଟି ରାସ୍ତା ଉପରେ ଜମି ଅବରୋଧ ହୋଇଥିବା ଓ ସମଗ୍ର ଅଞ୍ଚଳରେ ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା। ଏଥିସହ ୱାର୍ଡ଼ରେ ଥିବା ଏକମାତ୍ର ପ୍ରାଥମିକ ବିଦ୍ୟାଳୟରେ ପରିତ୍ୟକ୍ତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଥିବା ୱାର୍ଡ଼ବାସୀ ଅଭିଯୋଗ କରିଛନ୍ତି। ଆଗାମୀ ଦେଢ଼ ମାସ ମଧ୍ୟରେ ଉକ୍ତ ୱାର୍ଡ଼ରେ ଥିବା ସମସ୍ତ ସମସ୍ୟା ସମାଧାନ କରାଯିବ ବୋଲି ପୂର୍ବତନ ବିଧାୟକ ବିଶ୍ୱାଳ ଓ ପୌରାଧ୍ୟକ୍ଷା ସାମଲ ପ୍ରତିଶ୍ରୁତି ଦେଇଛନ୍ତି। ଯଦି ଏହି ସମୟ ମଧ୍ୟରେ ପ୍ରତିଶ୍ରୁତି ପାଳନ ନ କରାଯାଏ ତେବେ ଆନ୍ଦୋଳନ କରାଯିବ ବୋଲି ୱାର୍ଡ଼ବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri