୮ଟି ମୟୂରପୁଚ୍ଛ ବଦଳାଇଦେବ ଆପଣଙ୍କ ଭାଗ୍ୟ ଜାଣନ୍ତୁ କେମିତି

ଭଗବାନ ଶ୍ରୀକୃଷ୍ଣଙ୍କର ପ୍ରିୟ ମୟୂରପୁଚ୍ଛକୁ ସୌଭାଗ୍ୟର ପ୍ରତୀକ ବୋଲି କୁହାଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଦକ୍ଷିଣ-ପୂର୍ବ ଦିଗରେ ମୟୂରପୁଚ୍ଛ ରଖିଲେ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ ହୋଇଥାଏ। ଆଉ ଯଦି ଘରେ ରାହୁ ଦୋଷ ଥାଏ, ତେବେ ୮ଟି ମୟୂରପୁଚ୍ଛକୁ ଘରର ଉତ୍ତର-ପୂର୍ବ ଦିଗରେ ଥିବା କବାଟରେ ଲଗାଇଦେଲେ ଶୁଭଫଳ ମିଳିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ଧ୍ୟାନଦେବେ ଯିବା ଆସିବା ସମୟରେ ଯେମିତି ସମସ୍ତଙ୍କର ଦୃଷ୍ଟି ଏହି କବାଟ ଉପରେ ପଡୁଥିବ। ଘରେ ଟଙ୍କା ପଇସାର ଅଭାବ ଦେଖାଯାଉଥିଲେ, ଶୁଭଦିନ ଦେଖି ଘରକୁ ମୟୂରପୁଚ୍ଛଟିଏ କିଣିଆଣି ଠାକୁର ଘରେ ରଖିଦେବେ। ଆଉ କିଣିଲାବେଳେ ପ୍ରଭୁ ଶ୍ରୀ କୃଷ୍ଣଙ୍କର ନାମ ନେଇ ମୟୂରପୁଚ୍ଛ କିଣିଲେ ଘରେ ଧନର ଅଭାବ ରହେନାହିଁ ବୋଲି ବିଶ୍ୱାସ ରହିଛି। ଉତ୍ତର ଦିଗର ସ୍ବାମୀ ହେଲେ କୁବେର। ତେଣୁ ଏହି ଦିଗରେ ଟ୍ରେଜେରି ହେଉ ଅବା ଆଲମିରା ରଖିବା ଶୁଭ। କିନ୍ତୁ ଯଦି ଭୁଲ୍‌ବଶତଃ ଘରର ଦକ୍ଷିଣ ଦିଗରେ ଏହା ରହିଯାଇଛି, ତା’ହେଲେ ଆଲମିରା ହେଉ ଅବା ଟ୍ରେଜେରି ଭିତରେ ମୟୂରପୁଚ୍ଛକୁ ସିଧା ଭାବେ ଠିଆ କରି ରଖିଦେଲେ; ଘରେ ଧନର ଅଭାବ ଦେଖାଯାଇ ନଥାଏ ବୋଲି ବିଶ୍ୱାସ କରାଯାଏ। ପିଲାଙ୍କ ଷ୍ଟଡି ରୁମ୍‌ ହେଉ ଅଥବା ସେମାନଙ୍କ ପଢା ଟେବୁଲ୍‌ ଉପରେ ମୟୂରପୁଚ୍ଛ ରଖିଲେ ସେମାନଙ୍କର ଏକାଗ୍ରତା ବୃଦ୍ଧି ପାଇଥାଏ ବୋଲି ମଧ୍ୟ ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri