Posted inଜାତୀୟ

କୁକୁର ପାଇଁ ୮ ଜଣଙ୍କୁ ଗୁଳି: ୨ ମୃତ

ଭୋପାଳ,୧୯ା୮: ମଧ୍ୟପ୍ରଦେଶର ଇନ୍ଦୋରରେ ପୋଷା କୁକୁରକୁ ନେଇ ସେମାନଙ୍କ ମାଲିକଙ୍କ ମଧ୍ୟରେ ବଚସାରୁ ଝଗଡ଼ା ହୋଇ ୨ ଜଣଙ୍କ ଜୀବନ ଯାଇଛି। ଗୁରୁବାର ରାତିରେ ବ୍ୟାଙ୍କ୍‌ ସୁରକ୍ଷା ଗାର୍ଡ ରାଜପାଲ ସିଂ ରାଜଓ୍ବତ୍‌ ତାଙ୍କ ବାଲ୍‌କୋନିରୁ ପଡୋଶୀମାନଙ୍କୁ ଗୁଳି ଚଳାଇଥିଲେ। ଏଥିରେ ୨ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ବ୍ୟାଙ୍କ ଅଫ୍‌ ବରୋଦାର ସ୍ଥାନୀୟ ଶାଖାରେ ଗାର୍ଡ ଥିବା ରାଜପାଲ୍‌ ନିଜ ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି ଚଳାଇଥିଲେ ବୋଲି ଅତିରିକ୍ତ ଡିସିପି ଅମରେନ୍ଦ୍ର ସିଂ କହିଛନ୍ତି। ଖବର ଅନୁଯାୟୀ ରାଜପାଲ୍‌ ଏବଂ ପଡୋଶୀ ବିମଲ ଆମ୍‌ଚା କ୍ରିଷ୍ଣ ବାଗ୍‌ କଲୋନିରେ ରହନ୍ତି। ସେମାନେ ରାତି ୧୧ଟାରେ ପୋଷା କୁକୁରକୁ ସଂକୀର୍ଣ୍ଣ ଗଳିରେ ବୁଲାଇବାକୁ ନେଇଥିବାବେଳେ ସେମାନେ ପରସ୍ପର କାମୁଡ଼ାକାମୁଡ଼ି ହୋଇଥିଲେ। ଏହାକୁ ନେଇ ରାଜପାଲ୍‌ ଏବଂ ବିମଲଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା ପରେ ରାଜପାଲ୍‌ ପ୍ରଥମ ମହଲାରେ ଥିବା ଘରକୁ ଯାଇ ନିଜ ବନ୍ଧୁକରୁ ବିମଲଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ମାଡ଼ରେ ବିମଲ ଓ ତାଙ୍କ ଶାଳକ ରାହୁଲ ବର୍ମାଙ୍କ ମୃତ୍ୟୁ ଘଟିଥିଲା। ରାହୁଲଙ୍କ ଗର୍ଭବତୀ ସ୍ତ୍ରୀ ଜ୍ୟୋତି ବର୍ମା ଗୁଳିମାଡ଼ରେ ଆହତ ହୋଇଛନ୍ତି। ଗୁଳିକାଣ୍ଡ ବେଳେ ରାସ୍ତାରେ ଥିବା ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ରାଜପାଲ୍‌ଙ୍କୁ ଗିରଫ କରାଯିବା ସହ ତାଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri