Posted inUncategorized

କୁକୁର ପାଇଁ ୮ ଜଣଙ୍କୁ ଗୁଳି: ୨ ମୃତ

ଭୋପାଳ,୧୮ା୮: ମଧ୍ୟପ୍ରଦେଶର ଇନ୍ଦୋରରେ ପୋଷା କୁକୁରକୁ ନେଇ ସେମାନଙ୍କ ମାଲିକଙ୍କ ମଧ୍ୟରେ ବଚସାରୁ ଝଗଡ଼ା ହୋଇ ୨ ଜଣଙ୍କ ଜୀବନ ଯାଇଛି। ଗୁରୁବାର ରାତିରେ ବ୍ୟାଙ୍କ୍‌ ସୁରକ୍ଷା ଗାର୍ଡ ରାଜପାଲ ସିଂ ରାଜଓ୍ବତ୍‌ ତାଙ୍କ ବାଲ୍‌କୋନିରୁ ପଡୋଶୀମାନଙ୍କୁ ଗୁଳି ଚଳାଇଥିଲେ। ଏଥିରେ ୨ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ବ୍ୟାଙ୍କ ଅଫ୍‌ ବରୋଦାର ସ୍ଥାନୀୟ ଶାଖାରେ ଗାର୍ଡ ଥିବା ରାଜପାଲ୍‌ ନିକ ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି ଚଳାଇଥିଲେ ବୋଲି ଅତିରିକ୍ତ ଡିସିପି ଅମରେନ୍ଦ୍ର ସିଂ କହିଛନ୍ତି। ଖବର ଅନୁଯାୟୀ ରାଜପାଲ୍‌ ଏବଂ ପଡୋଶୀ ବିମଲ ଆମ୍‌ଚା କ୍ରିଷ୍ଣ ବାଗ୍‌ କଲୋନିରେ ରହନ୍ତି। ସେମାନେ ରାତି ୧୧ଟାରେ ପୋଷା କୁକୁରକୁ ସଂକୀର୍ଣ୍ଣ ଗଳିରେ ବୁଲାଇବାକୁ ନେଇଥିବାବେଳେ ସେମାନେ ପରସ୍ପର କାମୁଡ଼ାକାମୁଡ଼ି ହୋଇଥିଲେ। ଏହାକୁ ନେଇ ରାଜପାଲ୍‌ ଏବଂ ବିମଲଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା ପରେ ରାଜପାଲ୍‌ ପ୍ରଥମ ମହଲାରେ ଥିବା ଘରକୁ ଯାଇ ନିଜ ବନ୍ଧୁକରୁ ବିମଲଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ମାଡ଼ରେ ବିମଲ ଓ ତାଙ୍କ ଶାଳକ ରାହୁଲ ବର୍ମାଙ୍କ ମୃତ୍ୟୁ ଘଟିଥିଲା। ରାହୁଲଙ୍କ ଗର୍ଭବତୀ ସ୍ତ୍ରୀ ଜ୍ୟୋତି ବର୍ମା ଗୁଳିମାଡ଼ରେ ଆହତ ହୋଇଛନ୍ତି। ଗୁଳିକାଣ୍ଡ ବେଳେ ରାସ୍ତାରେ ଥିବା ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ରାଜପାଲ୍‌ଙ୍କୁ ଗିରଫ କରାଯିବା ସହ ତାଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri