ଗୁଳିକାଣ୍ଡରେ ୮ ମୃତ

ଇଣ୍ଡିଆନାପଲିସ,୧୭ା୪: ଆମେରିକାର ଇଣ୍ଡିଆନାପଲିସ୍‌ସ୍ଥିତ ବିମାନବନ୍ଦର ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟିଛି। ଫେଡ୍‌ଏକ୍ସ ଫାସିଲିଟିରେ ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରମଣରେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆକ୍ରମଣକାରୀ ଏହି କାଣ୍ଡ ଭିଆଇବା ପରେ ନିଜକୁ ଗୁଳି କରି ଆମତ୍ହତ୍ୟା କରିଥିବା ପୋଲିସ କହିଛି।
ପୋଲିସ ମୁଖପାତ୍ର ଜେନାଏ କୁକ୍‌ କହିଛନ୍ତି, ରାତି ୧୧ଟା ପରେ ଗୁଳିକାଣ୍ଡ ଘଟିଛି। ମୃତକଙ୍କ ମଧ୍ୟରେ ଫେଡ୍‌ଏକ୍ସ କମ୍ପାନୀର କର୍ମଚାରୀ ଅଛନ୍ତି। ୫ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି, ସେ ବିଲ୍ଡିଂ ଭିତରେ କାମ କରୁଥିବାବେଳେ ଗୁଳି ଶବ୍ଦ ଶୁଣିଥିଲେ। କିଛି ସମୟ ପରେ ଜଣେ ବ୍ୟକ୍ତି ରାଇଫଲ ଧରି ସେଠାରୁ ବାହାରୁଥିବା ଦେଖିଥିଲେ। ସେ କ’ଣ ସବୁ କହିଯାଉଥିଲେ ବୁଝିହେଉ ନ ଥିଲା। ଖବର ପାଇ ପୋଲିସ ଆସିବାବେଳକୁ ସେ ଆମତ୍ହତ୍ୟା କରିଥିଲେ। ମୃତ ଆକ୍ରମଣକାରୀଙ୍କ ପରିଚୟ ସ୍ପଷ୍ଟ ହୋଇନାହିଁ। ପୋଲିସ ତନାଘନା ଜାରି ରଖିଛି। ଆମେରିକାରେ ଏହା ହେଉଛି ଚଳିତ ବର୍ଷର ତୃତୀୟ ଗଣହତ୍ୟା। ଆମେରିକାରେ ବନ୍ଧୁକ ହିଂସା ବଢ଼ିବାରେ ଲାଗିଛି। ଗନ୍‌ ଭାଓଲେନ୍ସ ଆର୍କଇଭ୍‌ ଅନୁସାରେ ୨୦୨୧ରେ ବଡ଼ ଧରଣର ଗୁଳିକାଣ୍ଡରେ ୧୪୭ ଜଣଙ୍କ ଜୀବନ ଗଲାଣି। ଏହାକୁ ରୋକିବା ପାଇଁ ରାଷ୍ଟ୍ରପତି ଜୋ ବାଇଡେନ୍‌ ଗତ ସପ୍ତାହରେ ୬ଟି ଏକ୍‌ଜିକ୍ୟୁଟିଭ୍‌ ଆକ୍ସନ ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri