ଯୋଡ଼ିହେଲା ୮ ପିଜି ପାଠ୍ୟକ୍ରମ

ଢେଙ୍କାନାଳ ଅଫିସ, ୧।୧୧: ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ୮ ନୂଆ ବିଭାଗରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲିବ। ଉଚ୍ଚଶିକ୍ଷା ବିଭାଗ ଚିଠି ସଂଖ୍ୟାା ୪୫୨୭୪/ତା୨୯ା୧୦ା୨୨ରିଖରେ ରାଜ୍ୟ ସରକାର ଏଥିଲାଗି ଅନୁମତି ପ୍ରଦାନ କରିଥିବା ଅଧ୍ୟକ୍ଷ ପ୍ରଫେସର ରଞ୍ଜିତ ପ୍ରଧାନ ସୋମବାର ସୂଚନା ଦେଇଛନ୍ତି। ଓଡ଼ିଆ, ଇଂଲିଶ, ଅର୍ଥନୀତି, ରସାୟନ ଶାସ୍ତ୍ର, ପଦାର୍ଥ ବିଜ୍ଞାନ, ଗଣିତ, ମନସ୍ତତ୍ତ୍ୱ, ଦର୍ଶନଶାସ୍ତ୍ର ବିଭାଗରେ ପିଜି ପାଠ୍ୟକ୍ରମ ଖୋଲିବ। ପ୍ରତି ବିଭାଗରେ ୧୬ଟି ଲେଖାଏ ସିଟ୍‌ ଉପଲବ୍ଧ ହେବ। ୨୦୨୨-୨୩ ଶିକ୍ଷାବର୍ଷରୁ ଏଥିରେ ନାମଲେଖା ଏବଂ ପାଠପଢ଼ା ଆରମ୍ଭ ହେବ ବୋଲି ନିର୍ଦ୍ଦେଶନାମା ରହିଛି। ଅନ୍ୟପଟେ ପୂର୍ବରୁ ବାଣିଜ୍ୟ ଓ ଇତିହାସ ବିଭାଗରେ ୩୨ ଲେଖାଏ ସିଟ୍‌ ରହିଥିବାବେଳେ ଉଦ୍ଭିଦ ବିଜ୍ଞାନ ପିଜି ପାଠ୍ୟକ୍ରମରେ ସିଟ୍‌ ସଂଖ୍ୟା ୧୬ରୁ ୩୨କୁ ବୃଦ୍ଧି କରାଯାଇଛି। ଅନୁରୂପ ଭାବେ ଯୁକ୍ତ ୩ ସମ୍ମାନରେ ୪ ନୂଆ ବିଷୟ ସାମିଲ ହୋଇଛି। ସେଗୁଡିକ ହେଲା ଶିକ୍ଷା, ସମାଜଶାସ୍ତ୍ର, ହିନ୍ଦୀ ଓ ବାୟୋ ଟେକ୍ନୋଲୋଜି। ଦର୍ଶନଶାସ୍ତ୍ର, ଇଂଲିଶ, ମନସ୍ତତ୍ତ୍ୱ, ପ୍ରାଣୀ ବିଜ୍ଞାନ, ଗଣିତ ସ୍ନାତକରେ ସିଟ୍‌ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ଏଭଳି ବହୁ ପ୍ରତୀକ୍ଷିତ ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଥିବାରୁ ଏହାକୁ ନେଇ ଅଧ୍ୟାପିକା, ଅଧ୍ୟାପକ, ଅଭିଭାବକ ଏବଂ ଛାତ୍ରୀଛାତ୍ରଙ୍କ ମହଲରେ ଖୁସିର ଲହରି ଖେଳିଯାଇଛି।
ସୂଚନାଯୋଗ୍ୟ, ୧୯୫୯ରେ ଢେଙ୍କାନାଳ ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ୧୯୮୧ରେ କଲେଜରେ ପ୍ରଥମେ ଇତିହାସ ପିଜି ବିଭାଗ ଖୋଲିଥିଲା। ୧୯୮୩ରେ ବାଣିଜ୍ୟ ଏବଂ ୧୯୯୫ରେ ଉଦ୍ଭିଦ ବିଜ୍ଞାନ ଏଥିରେ ଯୋଡ଼ି ହୋଇଥିଲା। ୨୦୦୨ରେ ଢେଙ୍କାନାଳ କଲେଜ ସ୍ବୟଂଶାସିତ ମହାବିଦ୍ୟାଳୟର ମାନ୍ୟତା ପାଇଥିଲା। ଇତିମଧ୍ୟରେ ଦୀର୍ଘ ୨୭ ବର୍ଷ ବିତିଯାଇଥିଲେ ହେଁ ଅନ୍ୟ କୌଣସି ବିଭାଗରେ ସ୍ନାତକୋତ୍ତର ସୁବିଧା ନ ଥିଲା। ଅଧିକ ପିଜି ବିଭାଗ ଖୋଲିବା ପାଇଁ ଆଲୁମ୍‌ନି ଆସୋସିଏଶନଠାରୁ ଆରମ୍ଭ କରି ବିଭିନ୍ନ ସଙ୍ଗଠନ, ଛାତ୍ର ସଂସଦ ପକ୍ଷରୁ ରାଜ୍ୟ ସରକାରଙ୍କ ପାଖରେ ଦାବି ହୋଇ ଆସୁଥିଲା। ଏକ ସାଙ୍ଗରେ ୮ ସ୍ନାତକୋତ୍ତର ବିଭାଗ ଖୋଲିବା ଲାଗି ନିର୍ଦ୍ଦେଶନାମା ଆସିବା ପରେ ଏହାକୁ ସବୁ ମହଲରେ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?