୧୮୭୨ କୋଟିର ୮ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟ ସରକାର ୧୮୭୨.୧୧କୋଟି ଟଙ୍କାର ୮ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ସୋମବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍‌ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକରେ ଅନୁମୋଦନ ଦିଆଯାଇଛି। ଏହି ସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୩୪୬୧ ଜଣଙ୍କ ନିମନ୍ତେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ପ୍ରକଳ୍ପଗୁଡିକ ମୁଖ୍ୟତଃ ଖାଦ୍ୟ ପ୍ରକ୍ରିୟାକରଣ, କୃଷି, ପଶୁପାଳନ ଏବଂ ଡାଉନଷ୍ଟ୍ରିମ୍‌ ସେକ୍ଟର ଅନ୍ତର୍ଭୁକ୍ତ।
ବୈଠକରେ ଅନୁମୋଦିତ ହୋଇଥିବା ପ୍ରକଳ୍ପ ମଧ୍ୟରେ ଶ୍ୟାମ୍‌ ମେଟାଲିକ୍ସ ଯାଜପୁର ଜିଲା କଳିଙ୍ଗନଗରଠାରେ ୩୨୮.୭୫ କୋଟି ଟଙ୍କା ବ୍ୟୟରେ ୫୦ ମେଗାଓ୍ବାଟ କ୍ଷମତାବିଶିଷ୍ଟ ଫେରୋଆଲଏଜ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରିବ। ଏଥିରେ ୩୩୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ଜିନ୍ଦଲ କୋକ ଲିଃ କଳିଙ୍ଗନଗରଠାରେ ୪୭୦ କୋଟି ଟଙ୍କା ବ୍ୟୟରେ କୋକ୍‌ ଏବଂ ପେଟ୍ରୋଲିୟମ୍‌ ୟୁନିଟ୍‌ ସମ୍ପ୍ରସାରଣ ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୨୭୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଜି.ଭି. ମାଇନ୍ସ ଏବଂ ମିନେରାଲ୍ସ କେନ୍ଦୁଝର ଜିଲାରେ ୧୦୪.୪୮ କୋଟି ଟଙ୍କା ପୁଞ୍ଜି ବିନିଯୋଗରେ ଆଇରନ୍‌ ଓର୍‌ ପାଇପ୍‌ କନ୍‌ଭେ ସିଷ୍ଟମ୍‌ ସ୍ଥାପନ କରିବ। ସେଥିରେ ୨୩୮ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଗ୍ରିନ୍‌ଟେକ୍‌ ବାୟୋ ଏନର୍ଜି ବରଗଡ଼ ଜିଲାରେ ୨୫୦ କୋଟି ଟଙ୍କା ବ୍ୟୟରେ ଇଥାନଲ୍‌ ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୨୦୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ବାୟୋ-ଆଗ୍ରୋ ଏନର୍ଜି ଲିଃ ସୋନପୁର ଜିଲାରେ ୨୨୮.୫୫ କୋଟି ଟଙ୍କା ବ୍ୟୟରେ ଇଥାନଲ୍‌ ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୩୩୭ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରିବ। ଭାରତୀୟ ପଟାସ୍‌ ଲିଃ କଳାହାଣ୍ଡି ଜିଲାରେ ୨୧୯ କୋଟି ବ୍ୟୟରେ ଶସ୍ୟଭିତ୍ତିକ ଇଥାନଲ୍‌ ପ୍ଲାଣ୍ଟ ସ୍ଥାପନ କରିବ। ଏହି ପ୍ଲାଣ୍ଟରେ ୨୩୮ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଝାରସୁଗୁଡ଼ା ଜିଲାରେ ଏନର୍ଜି ଇଣ୍ଟ୍ରୋ ୨୦୫ କୋଟି ଟଙ୍କା ବ୍ୟୟରେ ଶସ୍ୟଭିତ୍ତିକ ଡିଷ୍ଟିଲାରି ୟୁନିଟ୍‌ ସ୍ଥାପନ କରିବ। ଏଥିରେ ୧୯୬ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ସେହିପରି ଆବିସ ଏକ୍ସପୋର୍ଟିସ୍‌ ମୟୂରଭଞ୍ଜ ଜିଲାରେ ୬୬.୩୩ କୋଟି ବ୍ୟୟରେ ମେକାନାଇଜଡ୍‌ ହାଚେରୀ ୟୁନିଟ୍‌ ସ୍ଥାପନ କରିବ। ଏଥିରେ ୧,୬୫୦ ଜଣଙ୍କୁ ନିଯୁକ୍ତି ମିଳିପାରିବ।
ପ୍ରକଳ୍ପଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ତ୍ୱରିତ କାର୍ଯ୍ୟ ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ପ୍ରକ୍ରିୟାକରଣ ପ୍ଲାଣ୍ଟଗୁଡ଼ିକ ନିମନ୍ତେ ରାଜ୍ୟଭିତରୁ କଞ୍ଚାମାଲ ଯେପରି ସୁବିଧାରେ ମିଳିପାରିବ ସେ ନେଇ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ କୃଷି ଓ କୃଷକ ସଶକ୍ତୀକରଣ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରସ୍ତାବିତ ଶିଳ୍ପଗୁଡିକ ପାଇଁ ଆବଶ୍ୟକ ଜମି ଓ ଜଳ ଆକଳନ କରିବା ସହ ଶିଳ୍ପସଂସ୍ଥାଗୁଡିକୁ ଆବଣ୍ଟିତ ହୋଇଥିବା ଜମିର ଶତପ୍ରତିଶତ ବିନିଯୋଗ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଯୋଗ ଦେଇ ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା କହିଛନ୍ତ, ପ୍ରକଳ୍ପଗୁଡ଼ିକ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧିରେ ସହାୟକ ହେବ। ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସଚିବ ବିଷ୍ଣୁପଦ ସେଠୀ, ଜଳ ସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ଶକ୍ତି ବିଭାଗ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri