ନଡ଼ିଆ ବୋଝେଇ ଟ୍ରକ୍‌ରୁ ୮ କୁଇଣ୍ଟାଲ ଗଞ୍ଜେଇ ଜବତ

କୋରାପୁଟ/ଜୟପୁର, ୨୨ା୫ (ସ୍ବ.ପ୍ର./ନି.ପ୍ର.): ବାହାର ରାଜ୍ୟକୁ ନଡ଼ିଆ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଜୟପୁର ଅବକାରୀ ବିଭାଗ ଏହା ଉପରେ ଚଢ଼ାଉ କରି ଧରିଛି। ଏଥିରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି ା ସେ ହେଲେ ବିହାରର ପ୍ରଭୁ ଜାନି ା ଜବତ ଗଞ୍ଜେଇର ପରିମାଣ ୮ କୁଇଣ୍ଟାଲ ୨୦ କେଜି ବୋଲି ଜଣାପଡିଛି। ଖବରରୁ ଜଣାପଡ଼ିଛି, ଏକ ନଡ଼ିଆ ବୋଝେଇ ଟ୍ରକ୍‌ରେ କୋରାପୁଟ ପଟୁ ଜୟପୁର ଦେଇ ଗଞ୍ଜେଇ ଚାଲାଣ ହେଉଥିବା ସୂଚନା ମିଳିଥିଲା। ଏହାକୁ ଆଧାରକରି ଅବକାରୀ କମିଶନର ଆଶିଷ କୁମାର ସିଂଙ୍କ ନିର୍ଦ୍ଦେଶରେ ଜୟପୁର ଘାଟିରେ ଟ୍ରକ୍‌ (ବିଆର୍‌ ୨୫ ଜି- ୯୫୩୬)କୁ ଅଟକାଇ କର୍ମଚାରୀମାନେ ଯାଞ୍ଚ କରିଥିଲେ। ଟ୍ରକ୍‌ରୁ ଉପରୋକ୍ତ ପରିମାଣର ଗଞ୍ଜେଇ ମିଳିଥିଲା। ଏହାର ବଜାର ମୂଲ୍ୟ ୪୧ ଲକ୍ଷ ଟଙ୍କା ହେବ ା ଏହି ଚଢ଼ାଉରେ କୋରାପୁଟ ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ମନୋଜ ସେଠୀ, ଅବକାରୀ ନିରୀକ୍ଷକ ଦୁର୍ବାଦଳ ବିଶ୍ୱାଳ, ଓଆଇସି ସଞ୍ଜୟ ତାଣ୍ଡି, ଏଏସ୍‌ଆଇ ଏମ୍‌. ଲକ୍ଷ୍ମଣ ରାଓ, ମାଧବେଶ ମାରାଣ୍ଡି ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

ବାତ୍ୟା ଅର୍ଣ୍ଣବ ପ୍ରଭାବ: ପରିସ୍ଥିତିର ସମୀକ୍ଷା କରିବେ ବିଧାୟକ

କୋରାପୁଟ, ୨୪।୯ (ଅମିତାଭ ବେହେରା): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କୋରାପୁଟ ଜିଲାରେ ଜାରି ରହିଛି ବର୍ଷା। ବୁଧବାର ସକାଳ ୮ଟାରୁ ଗୁରୁବାର ସକାଳ ୮ଟା ପର୍ଯ୍ୟନ୍ତ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?