ଜଳିଗଲା ୮ ବଖରା: ନଗଦ ଟଙ୍କା ସହ ସବୁ ଆସବାବପତ୍ର ପୋଡ଼ି ପାଉଁଶ

ଖଲ୍ଲିକୋଟ,୨୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ରବିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮ ବଖରା ଘର ନଷ୍ଟ ହେବା ସହ ଲକ୍ଷାଧିକ ଟଙ୍କା ଏବଂ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି।

ସୂଚନାନୁଯାୟୀ, ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ବି. ସନ୍ତୋଷୀ ପାତ୍ର, ଏନ୍‌ .ଶାନ୍ତି ପାତ୍ର ଏବଂ କେ.ପୂର୍ଣ୍ଣଚନ୍ଦ୍ର ପାତ୍ର ସମସ୍ତେ ଦିନମଜୁରିଆ ହୋଇଥିବାରୁ ଧାନ ବିଲରେ କାମ କରିବାକୁ ଯାଇଥିବା ବେଳେ ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଥିଲା। ଏହାର ସଠିକ୍‌ କାରଣ ଜଣା ପଡୁ ନ ଥିଲେ ମଧ୍ୟ ଶଟ୍‌ସର୍କିଟରୁ ନିଆଁ ଲାଗିଥାଇପାରେ ବୋଲି ଗ୍ରାମବାସୀ କୁହନ୍ତି। ପ୍ରଥମେ ଗ୍ରାମବାସୀ ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ। ପରେ ଖବର ପାଇ ଖଲ୍ଲିକୋଟ ଅଗ୍ନିଶମ ବାହିନୀ ଏବଂ ରମ୍ଭା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। କିନ୍ତୁ ଘରେ ଥିବା ଧାନ, ଚାଉଳ, ଆଲମାରୀ ଥିବା ଲୁଗାପଟା , ଟଙ୍କା ସୁନା ଆଦି ସବୁ ପୋଡ଼ିଯାଇଛି।

ଖଲ୍ଲିକୋଟ ଅତିରିକ୍ତ ତହସିଲଦାର ଅଜୟ କୁମାର ସ୍ବାଇଁ, କେଶପୁର ଆର୍‌ଆଇ ମୋହନ ପାତ୍ର ପ୍ରମୁଖ ପହଞ୍ଚି କ୍ଷୟକ୍ଷତି ଆକଳନ କରିବା ସହ ହଠାତ ରହିବା ପାଇଁ ପାଲ ପ୍ରଦାନ କରିଛନ୍ତି। ଏନ୍‌. ଶାନ୍ତି ପାତ୍ରଙ୍କ ସ୍ବାମୀ ଏନ୍‌ ତାରେଶ୍ୱର ପାତ୍ର ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଛନ୍ତି। ଶାନ୍ତି ପାତ୍ର, ବିଧବା ବି. ସନ୍ତୋଷୀ ପାତ୍ର ମୂଲମଜୁରି ଲାଗି ରଖିଥିବା ୫୦୦ ଟଙ୍କିଆ ନୋଟ୍‌ ବିଡ଼ାକୁ ଧରି କାନ୍ଦିକାନ୍ଦି ଦାଣ୍ଡରେ ଗଡୁଥିବାର ଦୃଶ୍ୟ ଅତ୍ୟନ୍ତ ଦୁଃଖଦାୟକ ଥିଲା। ଏହି ତିନି ଗରିବ ପରିବାରଙ୍କୁ ସରକାରୀ ସହାୟତା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri