ଜଳିଗଲା ୮ ବଖରା: ନଗଦ ଟଙ୍କା ସହ ସବୁ ଆସବାବପତ୍ର ପୋଡ଼ି ପାଉଁଶ

ଖଲ୍ଲିକୋଟ,୨୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ରବିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮ ବଖରା ଘର ନଷ୍ଟ ହେବା ସହ ଲକ୍ଷାଧିକ ଟଙ୍କା ଏବଂ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି।

ସୂଚନାନୁଯାୟୀ, ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ବି. ସନ୍ତୋଷୀ ପାତ୍ର, ଏନ୍‌ .ଶାନ୍ତି ପାତ୍ର ଏବଂ କେ.ପୂର୍ଣ୍ଣଚନ୍ଦ୍ର ପାତ୍ର ସମସ୍ତେ ଦିନମଜୁରିଆ ହୋଇଥିବାରୁ ଧାନ ବିଲରେ କାମ କରିବାକୁ ଯାଇଥିବା ବେଳେ ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଥିଲା। ଏହାର ସଠିକ୍‌ କାରଣ ଜଣା ପଡୁ ନ ଥିଲେ ମଧ୍ୟ ଶଟ୍‌ସର୍କିଟରୁ ନିଆଁ ଲାଗିଥାଇପାରେ ବୋଲି ଗ୍ରାମବାସୀ କୁହନ୍ତି। ପ୍ରଥମେ ଗ୍ରାମବାସୀ ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ। ପରେ ଖବର ପାଇ ଖଲ୍ଲିକୋଟ ଅଗ୍ନିଶମ ବାହିନୀ ଏବଂ ରମ୍ଭା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। କିନ୍ତୁ ଘରେ ଥିବା ଧାନ, ଚାଉଳ, ଆଲମାରୀ ଥିବା ଲୁଗାପଟା , ଟଙ୍କା ସୁନା ଆଦି ସବୁ ପୋଡ଼ିଯାଇଛି।

ଖଲ୍ଲିକୋଟ ଅତିରିକ୍ତ ତହସିଲଦାର ଅଜୟ କୁମାର ସ୍ବାଇଁ, କେଶପୁର ଆର୍‌ଆଇ ମୋହନ ପାତ୍ର ପ୍ରମୁଖ ପହଞ୍ଚି କ୍ଷୟକ୍ଷତି ଆକଳନ କରିବା ସହ ହଠାତ ରହିବା ପାଇଁ ପାଲ ପ୍ରଦାନ କରିଛନ୍ତି। ଏନ୍‌. ଶାନ୍ତି ପାତ୍ରଙ୍କ ସ୍ବାମୀ ଏନ୍‌ ତାରେଶ୍ୱର ପାତ୍ର ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଛନ୍ତି। ଶାନ୍ତି ପାତ୍ର, ବିଧବା ବି. ସନ୍ତୋଷୀ ପାତ୍ର ମୂଲମଜୁରି ଲାଗି ରଖିଥିବା ୫୦୦ ଟଙ୍କିଆ ନୋଟ୍‌ ବିଡ଼ାକୁ ଧରି କାନ୍ଦିକାନ୍ଦି ଦାଣ୍ଡରେ ଗଡୁଥିବାର ଦୃଶ୍ୟ ଅତ୍ୟନ୍ତ ଦୁଃଖଦାୟକ ଥିଲା। ଏହି ତିନି ଗରିବ ପରିବାରଙ୍କୁ ସରକାରୀ ସହାୟତା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri