୮ ଶିଳ୍ପୀ ପାଇବେ ‘ରାଜ୍ୟ ଚାରୁକଳା ପୁରସ୍କାର’

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ୨୦୨୨ ମସିହା ପାଇଁ ‘୪୦ତମ ରାଜ୍ୟ ଚାରୁକଳା ପୁରସ୍କାର’ ବୁଧବାର ଘୋଷଣା କରାଯାଇଛି। ୮ଜଣ ଶିଳ୍ପୀ ଏହି ପୁରସ୍କାର ପାଇବେ। ସେମାନେ ହେଲେ ଭାସ୍କର୍ଯ୍ୟରେ ଶିଳ୍ପୀ ପ୍ରତାପ ଚନ୍ଦ୍ର ଜେନା ଓ ଅଶାନ୍ତ ଦାସ, ମୁଦ୍ରଣ କଳାରେ ରବି ନାରାୟଣ ଗୁପ୍ତା ଓ ଟୁକୁନା ଡାକୁଆ, ଚିତ୍ରକଳାରେ ଅମିତ କୁମାର ଓଝା ଓ ସୀତିକାନ୍ତ ସାମନ୍ତସିଂହାର ଏବଂ ପାରମ୍ପରିକ ଚିତ୍ରରେ ରୋନିବାଳା ମହାପାତ୍ର ଓ ନିରଞ୍ଜନ ମୁଖୀ। ଏକ ସ୍ବତନ୍ତ୍ର ଉତ୍ସବରେ ମନୋନୀତ ଶିଳ୍ପୀମାନଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର ରାଶି, ତାମ୍ର ଫଳକ, ପ୍ରମାଣ ପତ୍ର ଓ ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ମାନିତ କରାଯିବ। ଏହି ଅବସରରେ ଶିଳ୍ପୀଙ୍କ ଶ୍ରେଷ୍ଠ କଳାକୃତିଗୁଡ଼ିକର ଏକ ରଙ୍ଗିନ ଚିତ୍ରପୁସ୍ତିକା ମଧ୍ୟ ଉନ୍ମୋଚନ କରାଯିବ ବୋଲି ବୁଧବାର ଏକାଡେମୀ ପକ୍ଷରୁ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ଚଳିତବର୍ଷ ୪୦ତମ ରାଜ୍ୟସ୍ତରୀୟ ଚାରୁକଳା ପ୍ରଦର୍ଶନୀ ନିମନ୍ତେ ଓଡ଼ିଶାର ଶିଳ୍ପୀଙ୍କଠାରୁ କଳାକୃତିର ଫଟୋଗ୍ରାଫ୍‌ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ପ୍ରଥମ ପର୍ଯ୍ୟାୟ ବିଚାରକମଣ୍ଡଳୀଙ୍କ ସୁପାରିସ ଅନୁସାରେ ୧୭୩ଜଣ ଶିଳ୍ପୀଙ୍କ କଳାକୃତିକୁ ଚୂଡାନ୍ତ ପର୍ଯ୍ୟାୟ ପାଇଁ ମନୋନୀତ କରାଯାଇଥିଲା। ପରେ ଦେଶର ବିଶିଷ୍ଟ ଶିଳ୍ପୀଙ୍କୁ ନେଇ ୫ ଜଣିଆ ବିଚାରକ ମଣ୍ଡଳୀ ୮ ଜଣ ଶିଳ୍ପୀଙ୍କୁ ସେମାନଙ୍କର ଶ୍ରେଷ୍ଠ କୃତି ପାଇଁ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ନିମନ୍ତେ ସୁପାରିଶ କରିଥିଲେ। ଉକ୍ତ ଚୂଡାନ୍ତ ତାଲିକା ଏକାଡେମୀର କାର୍ଯ୍ୟକାରୀ ସମିତି ବୈଠକରେ ଅନୁମୋଦନ ପାଇଥିଲା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ଦ୍ୱାରା ଏକାଡେମୀ ସଭାପତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଉପସଭାପତି ଶ୍ରୀନିବାସ ପଢିଆରୀ, କାର୍ଯ୍ୟକାରୀ କମିଟି ସଦସ୍ୟ ମହେନ୍ଦ୍ର ପ୍ରସାଦ ମହାପାତ୍ର, ଗଜେନ୍ଦ୍ର ପ୍ରସାଦ ସାହୁ, ଅକ୍ଷୟ କୁମାର ସାମଲ ଓ ଶ୍ୟାମ ସୁନ୍ଦର ମେହେରଙ୍କ ଉପସ୍ଥିତିରେ ରାଜ୍ୟ ପୁରସ୍କାର ଘୋଷଣା କରାଯାଇଛି। ଏକାଡେମୀର ସଚିବ ପଞ୍ଚାନନ ସାମଲ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri