Posted inଜାତୀୟ

ସେନା ଗାଡ଼ି ଉଡାଇଦେଲେ ମାଓବାଦୀ: ୯ ଯବାନ ଶହୀଦ

ରାୟପୁର/ମାଲକାନଗିର,୬।୧(ଦୁର୍ଯ୍ୟୋଧନ ପାତ୍ର): କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ସକ୍ରିୟ ହୋଇ ଉଠିଛନ୍ତି। ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର ଏକ ଆଇଇଡି ବିସ୍ଫୋରଣ ଖଞ୍ଜି ଯବାନଙ୍କ ଏକ ଗାଡ଼ିକୁ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ୯ଜଣ ଶହୀଦ ହୋଇଥିବା ଜଣାପଡିଛି। ୮ ଦାନ୍ତେୱାଡା ଡିଆର୍‌ଡି ଯବାନଙ୍କ ସହିତ ଜଣେ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ୫୦ ଫୁଟ ଉପରକୁ ଯବାନଙ୍କ ଗାଡ଼ି ଉଡି ଯାଇଥିଲା।

ମିଳିଥିବା ସୂଚନା ମୁତାବକ, ଛତିଶଗଡ଼ ବସ୍ତର ଡିଭିଜନ ଅଧୀନ ବିଜାପୁର ଜିଲାରେ ସ୍ବତନ୍ତ୍ର ମାଓବାଦୀ ଅପରେଶନ ପାଇଁ ଏକ ଭ୍ୟାନ୍‌ରେ ଡିଆର୍‌ଜି ଯବାନମାନେ ଯାଉଥିଲେ। ମାଓବାଦୀମାନେ ସଦର ମୁଖ୍ୟାଳୟରୁ ୮୦ କି.ମି ଦୂର କୁଟ୍ରୁ-ବେଡ୍ରେ ରାସ୍ତା ମଧ୍ୟରେ ଥିବା ଏକ କଲଭର୍ଟ ନିକଟରେ ଆଇଇଡି ବିସ୍ଫୋରଣ ଖଞ୍ଜି ଯବାନଙ୍କ ଗାଡ଼ିକୁ ଉଡ଼ା ଦେଇଥିଲେ। ଫଳରେ ଘଟଣାସ୍ଥଳରେ ୫ଜଣ ଶବାନ ଶହୀଦ ହୋଇଥିବା ବେଳେ ଚିକିତ୍ସିତ ଅବସ୍ଥାରେ ଆଉ ୪ଜଣଙ୍କ ମୃତ୍ୟୁ ଘଟିଛି। ବସ୍ତର ଆଇଜି ସୁନ୍ଦରରାଜ ପି. ସୂଜନା ଦେଇ କହିଛି ଯେ, କୁଟ୍ରୁ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ରହିଥିବା ସୂଚନା ମିଳିଥିଲା। ଏନେଇ ଡିଆର୍‌ଜି ଯବାନର ଏକ ଟିମ୍‌ କୋମ୍ବିଂ ଅପରେଶନରେ ଯାଉଥିଲେ। ସେତିକିବେଳେ ଏହି ବିସ୍ପୋରଣ ଘଟିଥିବା ସେ ପ୍ରକାଶ କରିଛନ୍ତି।

ପ୍ରକାଶ ଥାଉ କି, ଗତ କିଛିଦିନ ଧରି ଛତିଶଗଡ଼ରେ ମାଓବାଦୀ-ପୋଲିସ ମଧ୍ୟରେ ଛକାପଞ୍ଝା ଚାଲିଥିବା ବେଳେ ରବିବାର ପୋଲିସ ଗୁଳିରେ ୪ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିଲା। ଗତ ୧ ମାସ ମଧ୍ୟରେ ପ୍ରାୟ ୨୦ଜଣ ମାଓବାଦୀ ପୋଲିସ ଗୁଳିରେ ମୃତ୍ୟୁବରଣ କରିଥିବା ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅପରେଶନ କାଗାରକୁ ବିରୋଧ କରି ମାଓବାଦୀମାନେ ଏହି କାଣ୍ଡ ଭିଆଇଥିବା ଜଣାପଡିଛି।

ଅନ୍ୟପକ୍ଷେ ଘଟଣାସ୍ଥଳରୁ ମାଓବାଦୀମାନେ ଅସ୍ତ୍ରଶସ୍ତ୍ର ଲୁଟି ନେଇଥିବା ବେଳେ ସିଆର୍‌ପିଏଫ୍‌, କୋବ୍ରା ଓ ଡିଆର୍‌ଜିର ଏକ ସ୍ବତନ୍ତ୍ର ଟିମ୍‌ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋରଦାର କରିଛନ୍ତି। ତେବେ ଆଣ୍ଟି ଲାଣ୍ଡମାଇନ ଗାଡି ନ ଥିବାରୁ ଏହି ବିସ୍ପୋରଣରେ ଗାଡିଟି ସମ୍ପୂର୍ଣ ନଷ୍ଟ ହୋଇଯାଇଛି। ଅନ୍ୟପକ୍ଷେ ଯବାନଙ୍କ ଖଣ୍ଡ ବିଖଣ୍ଡିତ ଶରୀର ଘଟଣା ସ୍ଥଳରେ ପଡି ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri