ରାଜଭବନର ୮ ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ି ଚାଲିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ କରୋନା କାୟାରୁ ମୁକୁଳି ପାରିନି ରାଜ୍ୟ ରାଜଭବନ। ରାଜଭବନର ୮ ବରିଷ୍ଠ ଅଧିକାରୀ ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଗତବର୍ଷ ରାଜଭବନର ମଧ୍ୟ କିଛି ବରିଷ୍ଠ ଅଧିକାରୀ କରୋନା ସଂକ୍ରମିତ ହୋଇଥିଲେ। ବର୍ତ୍ତମାନ ଦ୍ୱିତୀୟ ଲହରରେ ରାଜଭବନରେ କାର୍ଯ୍ୟରତ କେତେକ କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।