ଏନ୍‌ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ ୮ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର(ବ୍ୟୁରୋ),୫।୯: ଆସନ୍ତା ୬ ତାରିଖରେ ଏନ୍‌ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ଅନୁଷ୍ଠିତ ହେବ। କଟକ, ସମ୍ବଲପୁର ଓ ବିଶାଖାପାଟଣାରେ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧା ପାଇଁ ପୂର୍ବତଟ ରେଳପଥ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନେଇଛି। ସେପ୍ଟେମ୍ବର ୫ ଅପରାହ୍ନ ୫ଟାରେ ବିଭିନ୍ନ ଷ୍ଟେଶନରୁ ଏହି ଟ୍ରେନ୍‌ଗୁଡ଼ିକ ଯାତ୍ରା ଆରମ୍ଭ କରିବ ଓ ୬ ତାରିଖ ଦିନ ସେଠାରୁ ଫେରିବ। ଚଳାଚଳ କରିବାକୁ ଥିବା ଏହି ଟ୍ରେନ୍‌ଗୁଡ଼ିକ ମଧ୍ୟରେ ବ୍ରହ୍ମପୁର-କଟକ ମେମୁ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, ଅନୁଗୋଳ-କଟକ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, କେନ୍ଦୁଝରଗଡ଼-କଟକ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, ପାରାଦୀପ-କଟକ ମେମୁ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, ରାଉରକେଲା-ସମ୍ବଲପୁର ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, କଣ୍ଟାବାଞ୍ଜି- ସମ୍ବଲପୁର ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, ଇଚ୍ଛାପୂରମ-ବିଶାଖାପାଟଣା ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌, ବାଲେଶ୍ୱର-ଭୁବନେଶ୍ୱର ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌ ରହିଛି। ସମସ୍ତ ଟ୍ରେନ୍‌ ୫ ତାରିଖ ସନ୍ଧ୍ୟାରେ ନିର୍ଦ୍ଧାରିତ ଷ୍ଟେଶନରେ ପହଞ୍ଚତ୍ବ। ୬ ତାରିଖ ସକାଳେ ପରୀକ୍ଷା ସରିବା ପରେ ପୁଣିଥରେ ପରୀକ୍ଷାର୍ଥୀଙ୍କୁ ନେଇ ଗନ୍ତବ୍ୟସ୍ଥଳକୁ ଯାତ୍ରା କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?