Posted inଜାତୀୟ

ଡୋମିନିକାରେ ୮ ଜଣିଆ ଟିମ୍‌

ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍‌ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ ପହଞ୍ଚତ୍ଛି। ‘ମିଶନ ଚୋକ୍‌ସି’ରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବଂ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ଦୁଇଜଣ ଲେଖାଏ ଅଧିକାରୀ ସାମିଲ ଅଛନ୍ତି। ବୁଧବାର ଚୋକ୍‌ସିଙ୍କୁ କୋର୍ଟରେ ହାଜର କରାଯିବାବେଳେ ଉକ୍ତ ଟିମ୍‌ ଡୋମିନିକାର ସରକାରୀ ଓକିଲମାନଙ୍କୁ ସହାୟତା ଦେବେ। ଇତିମଧ୍ୟରେ କାରିବିଆନ୍‌ ଦ୍ୱୀପ ରାଷ୍ଟ୍ର ଚୋକ୍‌ସିଙ୍କ ସମ୍ପର୍କରେ ଅନେକ ରୋଚକ ତଥ୍ୟ ଆସିବାରେ ଲାଗିଛି। ଚୋକ୍‌ସିଙ୍କୁ ଖସାଇ ଆଣିବା ଲାଗି ତାଙ୍କ ଭାଇ ଚେତନ ଚୋକ୍‌ସି ଡେମିନିକାର ବିରୋଧୀ ଦଳ ନେତାଙ୍କୁ ଲାଞ୍ଚ ଦେଇଥିଲେ ବୋଲି ସ୍ଥାନୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏହି ମାମଲା ସେଠାରେ ରାଜନୈତିକ ପ୍ରସଙ୍ଗ ପାଲଟିଛି।
୨୦୧୮ରେ ପିଏନ୍‌ବିର ୧୩,୫୦୦ କୋଟି ଟଙ୍କା ଋଣ ଜାଲିଆତି ମାମଲା ପଦାକୁ ଆସିବା ପରେ ୬୨ ବର୍ଷୀୟ ହୀରା ବ୍ୟବସାୟୀ ଚୋକ୍‌ସି ଆଣ୍ଟିଗୁଆ ଯାଇ ସେଠାକାର ନାଗରିକତ୍ୱ ଗ୍ରହଣ କରିଥିଲେ। ନିକଟରେ ଡୋମିନିକାରେ ପୋଲିସ ତାଙ୍କୁ ଠାବ କରି ହାଜତରେ ରଖିଛି। ତାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି ବୁଧବାର ଏକ ସ୍ଥାନୀୟ କୋର୍ଟରେ ହେବ। ଚୋକ୍‌ସିଙ୍କୁ ହାଜର କରାଯିବାବେଳେ ୮ ଜଣିଆ ଭାରତୀୟ ଟିମ୍‌ ଅଦାଲତରେ ଉପସ୍ଥିତ ରହିବ। ଡୋମିନିକାର ସରକାରୀ ଓକିଲଙ୍କୁ ଟିମ୍‌ ସଦସ୍ୟମାନେ ସହାୟତା ଦେବ। ଏଥିପାଇଁ ଉକ୍ତ ଟିମ୍‌ ଶୁକ୍ରବାରଠାରୁ ସେଠାରେ ପହଞ୍ଚତ୍ ପ୍ରସ୍ତୁତି ଚଳାଇଛି। କାରିବିଆନ୍‌ ମିଡିଆ ଆଉଟ୍‌ଲେଟ୍‌ ଆସୋସିଏଟ୍ସ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁସାରେ ପଳାତକ ବ୍ୟବସାୟୀ ଚୋକ୍‌ସିଙ୍କ ବଡ଼ଭାଇ ଚେତନ ଚିନୁଭାଇ ଚୋକ୍‌ସି ଗତ ୨୯ ତାରିଖରେ ଡୋମିନିକା ବିରୋଧୀ ଦଳ ନେତା ଲେନୋକ୍ସ ଲିଣ୍ଟୋନଙ୍କୁ ଭେଟିଥିଲେ। ୩୦ରେ ଚେତନଙ୍କ ଘରେ ଉଭୟଙ୍କ ମଧ୍ୟରେ ୨ ଘଣ୍ଟା ଧରି ଆଲୋଚନା ହୋଇଥିଲା। ଭାଇଙ୍କ ମୁକ୍ତି ପାଇଁ ପାର୍ଲାମେଣ୍ଟରେ ଏହି ପ୍ରସଙ୍ଗ ଉଠାଇଲେ ଆସନ୍ତା ନିର୍ବାଚନ ପାଇଁ ପାଣ୍ଠି ଯୋଗାଇବାକୁ ସେ ବିରୋଧୀ ଦଳ ନେତାଙ୍କୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri