Posted inଜାତୀୟ

ଷ୍ଟାଚ୍ୟୁ ଅଫ୍ ୟୁନିଟି ପର୍ଯ୍ୟନ୍ତ ଚାଲିବ ୮ଟ୍ରେନ୍‌

ନୂଆଦିଲ୍ଲୀ,୧୭ ।୧: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଆକାଶଛୁଆଁ ପ୍ରତିମା ଷ୍ଟାଚ୍ୟୁ ଅଫ୍ ୟୁନିଟି ଦେଖିବା ଏବେ ସହଜ ହେବ । ଗୁଜରାଟର କେବଡିୟା ଗାଁକୁ ନୂଆଦିଲ୍ଲୀରୁ ସିଧାସଳଖ ଟ୍ରେନ୍ ଚଳାଚଳ କରିବ । ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ହଜରତ ନିଜାମୁଦ୍ଦିନ ରେଲୱେ ଷ୍ଟେଶନରୁ ଏହି ଟ୍ରେନ୍‌କୁ ସବୁଜ ସଙ୍କେତ ଦେବେ । ଅଧିକାରୀଙ୍କ ସୂଚନା ଅନୁଯାୟୀ, ହଜରତ ନିଜାମୁଦ୍ଦିନ ରେଲୱେ ଷ୍ଟେଶନ ସମେତ ମୋଦି ଅନ୍ୟ ଷ୍ଟେଶନରୁ କବାଡିୟା ଯାତ୍ରା କରିବାକୁ ଥିବା ଟ୍ରେନ୍‌କୁ ମଧ୍ୟ ସବୁଜ ସଙ୍କେତ ଦେବେ । ହଜରତ ନିଜାମୁଦ୍ଦିନ ରେଲୱେ ଷ୍ଟେଶନରେ ମୋଦିଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାକ୍ତର ହର୍ଷବର୍ନ୍ଧନ ଓ ରେଳ ମନ୍ତ୍ରୀ ପିୟୁଷ ଗୋୟଲ ମଧ୍ୟ ଉପସ୍ଥିତ ରହିବେ । ସୂଚନାଯୋଗ୍ୟ, ଏବେ ପର୍ଯ୍ୟନ୍ତ ଷ୍ଟାଚ୍ୟୁ ଅଫ୍ ୟୁନିଟି ପର୍ଯ୍ୟନ୍ତ ସିଧାସଳଖ ଟ୍ରେନ୍ ବ୍ୟବସ୍ଥା ନାହିଁ । ଲୋକେ ବଡୋଦରା ପରେ ସଡ଼କ ପଥରେ ଷ୍ଟାଚ୍ୟୁ ଅଫ୍ ୟୁନିଟି ପର୍ଯ୍ୟନ୍ତ ଯାତ୍ରା କରୁଥିଲେ । ଏବେ ଏହି ଟ୍ରେନ୍ ସେବା ଫଳରେ ଦିଲ୍ଲୀ ଏନ୍‌ସିଆର୍ ସମେତ ଉତ୍ତର ଭାରତର ଅନ୍ୟ ସହରର ଲୋକେ ବି ସିଧାସଳଖ ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ପହଞ୍ଚିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri