ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର ଏନ୍. ଗୁରେୟାଙ୍କ ୮ ବର୍ଷୀୟ ସାନ ପୁଅ ଏନ୍. ଶିବ ନୂଆ ପୋଡେମପେଟା ସମୁଦ୍ର କୂଳରେ ଅପରାହ୍ନ ସମୟରେ ଖେଳୁଥିବାବେଳେ ହଠାତ୍ ଜୁଆର ମାଡ଼ି ଆସିବାରୁ ସମୁଦ୍ରର ପ୍ରଖର ସ୍ରୋତରେ ଭାସିଯାଇଥିଲେ।

ସ୍ଥାନୀୟ ଲୋକ ଓ ପରିବାର ସଦସ୍ୟମାନେ ତୁରନ୍ତ ତାଙ୍କୁ ପାଣିରୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଶିଶୁଜଣକ ତୃତୀୟ ଶ୍ରେଣୀର ଛାତ୍ର ଥିଲେ। ସେ ପରିବାରର ଏକମାତ୍ର ପୁଅ ଥିବାବେଳେ ତାଙ୍କର ଆହୁରି ଦୁଇଜଣ ଭଉଣୀ ରହିଛନ୍ତି। ବାପା ଗୁରେୟାଙ୍କର ନିଜର କୌଣସି ସ୍ଥାୟୀ ରୋଜଗାର ନଥିବାରୁ ଜୀବିକା ନିର୍ବାହ ପାଇଁ ସେ କିଛି ଦିନ ପୂର୍ବରୁ କେରଳ ଯାଇଥିବା ସୂଚନା ମିଳିଛି। ଏକମାତ୍ର ପୁଅର ଏଭଳି ଅକାଳ ବିୟୋଗରେ ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗି ପଡ଼ିଥିବାବେଳେ ଘଟଣାକୁ ନେଇ ପୋଡେମପେଟା ଓ ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଦୁଃଖଦ ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏହି ଅଭାବନୀୟ ଘଟଣା ପରେ ସମୁଦ୍ର କୂଳକୁ ଯାଉଥିବା ଶିଶୁମାନଙ୍କ ସୁରକ୍ଷା ପ୍ରତି ଅଭିଭାବକମାନେ ଅଧିକ ସତର୍କ ରହିବା ଏବଂ ଜୁଆର ସମୟରେ ସମୁଦ୍ର ନିକଟକୁ ପିଲାମାନଙ୍କୁ ନ ଛାଡ଼ିବାକୁ ସ୍ଥାନୀୟ ବୁଦ୍ଧିଜୀବୀମାନେ ପରାମର୍ଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?