Posted inଜାତୀୟ

୮ବର୍ଷୀୟାଙ୍କୁ ବଳାତ୍କାର କଲେ ୧୦ମ ଶ୍ରେଣୀ ଛାତ୍ର

କିଶୋର ବୟସରେ ଅପରାଧ ମନୋବୃତ୍ତି ସମ୍ପ୍ରତି ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ନାବାଳକମାନେ ଅପରାଧରେ ସମ୍ପୃକ୍ତ ଥିବା ଅଭିଯୋଗ ଆସୁଛି। ନିକଟରେ ମଧ୍ୟପ୍ରଦେଶ ଭିଣ୍ଡରେ ୮ବର୍ଷୀୟା ପଡ଼ୋଶୀଙ୍କୁ ୧୦ମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ସମ୍ପୃକ୍ତ ଛାତ୍ରଙ୍କୁ ବାଳ ଅପରାଧ କୋର୍ଟରେ ହାଜର କରାଇବା ପରେ ତାଙ୍କୁ ସ୍ବଧାରଗୃହକୁ ପଠାଇ ଦିଆଯାଇଛି।

ଭିଣ୍ଡ(ମଧ୍ୟପ୍ରଦେଶ),୨୦ା୪: ମହାରାଷ୍ଟ୍ର ଭିଣ୍ଡ ଅଞ୍ଚଳରେ ପୀଡ଼ିତା ନାବାଳିକାଙ୍କ ପରିବାର ରୁହନ୍ତି। ତାଙ୍କ ଘର ନିକଟରେ ଅଭିଯୁକ୍ତ ନାବାଳକ ରହୁଛନ୍ତି। ଅଭିଯୁକ୍ତ ଜଣକ ୧୦ମ ଶ୍ରେଣୀରେ ପଢ଼ନ୍ତି। ସେ ପୀଡ଼ିତାଙ୍କ ପରିବାର ସହିତ ପୂର୍ବରୁ ମିଳାମିଶା କରନ୍ତି। ଗୁରୁବାର ସନ୍ଧ୍ୟା ସମୟରେ ପୀଡ଼ିତା ତାଙ୍କ ଘରେ ଏକାକୀ ଥିବାବେଳେ ନାବାଳକ ଜଣକ ସେଠାକୁ ଯାଇଥିଲେ। ପରେ ଘର ଭିତରେ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ନାବାଳିକା ଜଣକ ଚିତ୍କାର କରିବାରୁ ଅନ୍ୟ ପଡ଼ୋଶୀ ମାନେ ଆସି ଅଭିଯୁକ୍ତ ନାବାଳକଙ୍କୁ ଅଟକ ରଖିଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ନାବାଳକଙ୍କୁ ଜିମାରେ ନେବା ସହ ପୀଡ଼ିତାଙ୍କୁ ହସ୍ପିଟାଲ ପଠାଇଥିଲା। ପରେ ପୋଲିସ ପୋକ୍‌ସୋ ଆକ୍ଟର ବିଭିନ୍ନ ଦଫାରେ ଏକ ମାମଲା ରୁଜୁ କରିବା ସହ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଇଥିଲା। ସେଠାରୁ ତାଙ୍କୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ସୁସ୍ଥ ରହିଛି ଏବଂ ସେ ଏବେ ପରିବାର ସହ ରହୁଛନ୍ତି ବୋଲି ପୋଲିସ ଅଧିକାରୀ ମୁକେଶ କୁମାର ଶାକ୍ୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri