ହଷ୍ଟେଲରେ ୮ ବର୍ଷୀୟ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ

ନନ୍ଦପୁର/ଲମତାପୁଟ,୨ା୫(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ)-କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ଲମତାପୁଟ ବ୍ଲକ ଅଞ୍ଚଳର ଏକ ହଷ୍ଟେଲରେ ଜଣେ ୮ ବର୍ଷୀୟ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ହଷ୍ଟେଲ କର୍ତ୍ତୃପକ୍ଷ ଏ ସମ୍ପର୍କରେ କାହାରିକୁ କିଛି ନ ଜଣାଇ ଘଟଣାର ୧୭ ଦିନ ପରେ ଛାତ୍ରୀଙ୍କୁ ଘରକୁ ପଠାଇ ଦେଇଥିଲେ। ପରିବାର ଲୋକେ ଛାତ୍ରୀଙ୍କ ସହ ବଳାତ୍କାର ହୋଇଥିବା ଜାଣି ବୁଧବାର ମାଛକୁଣ୍ଡ ଥାନାରେ ଅଭିଯୋଗ କରିଥିଲେ। ଶୁକ୍ରବାର ଛାତ୍ରୀଙ୍କ ଡାକ୍ତରୀ ମାଇନା ଓ ବିଚାରପତିଙ୍କ ନିକଟରେ ବୟାନ ରେକର୍ଡ କରାଯାଇଛି। ସ୍କୁଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଘଟଣାକୁ ଚପାଇବାକୁ ନେଇ ଜନ ଅସନ୍ତୋଷ ବଢ଼ିଛି।

ସୂଚନା ଅନୁଯାୟୀ, ଏପ୍ରିଲ ୧୩ ରାତିରେ କେହି ଜଣେ ଅପରିଚିତ ଯୁବକ ଛାତ୍ରୀ ନିବାସରେ ପଶି ଛାତ୍ରୀଙ୍କୁ ବଳାତ୍କାର କରିଥିଲେ। ୩୦ ତାରିଖରେ ହଷ୍ଟେଲ କର୍ତ୍ତୃପକ୍ଷ ଛାତ୍ରୀଙ୍କୁ ଘରକୁ ପଠାଇ ଦେଇଥିଲେ। ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଦେଖି ପରିବାର ଲୋକେ ତାଙ୍କୁ ଏ ସମ୍ପର୍କରେ ପଚାରିଥିଲେ। ତାଙ୍କଠାରୁ ଘଟଣା ସମ୍ପର୍କରେ ଜାଣି ମାଛକୁଣ୍ଡ ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ କେସ୍‌ ନଂ. ୩୩/୨୫ରେ ମାମଲା ରୁଜୁ କରିଛି। ଏସ୍‌ଆଇ ସୁକ୍ରା ମାଢ଼ି ତଦନ୍ତ ଆରମ୍ଭ କରିଛନ୍ତି।

ଗୁରୁବାର କୋରାପୁଟ ଏସ୍‌ପି ରୋହିତ ବର୍ମା, ନନ୍ଦପୁର ଏସ୍‌ଡିପିଓ ଦେବେନ୍ଦ୍ର ମଲ୍ଲିକ, ପୋଲିସ ବିଭାଗର ବୈଷୟିକ ଟିମ୍‌ ଛାତ୍ରୀ ନିବାସରେ ପହଞ୍ଚି ଘଟଣାର ତନାଘନା କରିଥିଲେ। ସ୍ଥାନୀୟ କେତେକ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଥିଲା। ଅଭିଯୁକ୍ତଙ୍କୁ ଗିରଫ ଓ ଛାତ୍ରୀନିବାସ ପରିଚାଳକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ପୀଡ଼ିତାଙ୍କ ପରିବାର ଓ ବିଭିନ୍ନ ରାଜନୈତିକ ଦଳର ନେତା, କର୍ମୀ ବିକ୍ଷୋଭ କରିଥିଲେ। ପ୍ଲା କାର୍ଡ ଧରି ଲମତାପୁଟ ଶିବ ମନ୍ଦିରଠାରୁ ଏକ ଶୋଭାଯାତ୍ରାରେ ବାହାରି ଲମତାପୁଟ ଫାଣ୍ଡି ଅଧିକାରୀ ଶ୍ରୀକାନ୍ତ ଘୋଷଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।

ଘଟଣା ସମ୍ବେଦନଶୀଳ ହୋଇଥିବାରୁ ପୋଲିସ ତଦନ୍ତ ପ୍ରକ୍ରିୟା ସମ୍ପର୍କରେ କହିବାକୁ ଏସ୍‌ଡିପିଓ ମଲ୍ଲିକ ମନା କରିଛନ୍ତି। ଏସ୍‌ପି ବର୍ମାଙ୍କ ନିର୍ଦ୍ଦେଶରେ ଶୁକ୍ରବାର ନନ୍ଦପୁର, ପାଡୁଆ, ବୈପାରୀଗୁଡ଼ା, ଜୟପୁର ଓ କୋରାପୁଟ ଜିଲା ମୁଖ୍ୟାଳୟ ପୋଲିସ ଛାତ୍ରୀ ନିବାସ ପରିସରରେ ତଦନ୍ତ କରିଛନ୍ତି।

ଏ ସମ୍ପର୍କରେ ଛାତ୍ରୀ ନିବାସ ପ୍ରଧାନ ଶିକ୍ଷୟିତ୍ରୀଙ୍କଠାରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ଅଭିଯୋଗ ସମ୍ପର୍କରେ ଜିଲା ମଙ୍ଗଳ ଅଧିକାରୀ ସୁନିଲ କୁମାର ତାଣ୍ଡିଙ୍କୁ ପଚାରିବାରୁ ବିଭାଗ ପକ୍ଷରୁ ଅନୁଧ୍ୟାନ କରାଯାଉଛି। ଏଡିଡବୁ୍ଲ୍ୟଓ ଅର୍ଜୁନ ନାୟକ ଛାତ୍ରୀ ନିବାସରେ ସ୍ଥିତି ଯାଞ୍ଚ, ପୀଡ଼ିତାଙ୍କ ପରିବାର ସହ ଆଲୋଚନା କରିଛନ୍ତି। ଛାତ୍ରୀଙ୍କ ଚିକିତ୍ସା ଜାରି ରହିଛି। ଡାକ୍ତରୀ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri