୮ ବର୍ଷ ପରେ ନିଖୋଜ ଦିବ୍ୟାଙ୍ଗ ଘରକୁ ଫେରିଲେ

କଣାସ, ୨୩ା୭(ସ୍ବ.ପ୍ର): ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲା ଅଧୀନ ବଡଗୁଟୁଲିପାଲ୍ଲି ଗ୍ରାମର ପରମେଶ୍ୱରମ୍‌ଙ୍କ ଦିବ୍ୟାଙ୍ଗ ନାବାଳିକା ଝିଅ ମାର୍‌ମା ୮ବର୍ଷ ତଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ପୁରୀ ରେଳ ଷ୍ଟେଶନରୁ ଉଦ୍ଧାର କରାଯାଇ କଣାସ ବାଳାଶ୍ରମରେ ରଖାଯାଇଥିଲା। ତେବେ କେତେଜଣ ସାମାଜିକ କର୍ମୀଙ୍କ ଉଦ୍ୟମ ଯୋଗୁ ମଙ୍ଗଳବାର ସେ ଘରକୁ ଫେରିଯାଇଛନ୍ତି।
ସୂଚନା ଅନୁଯାୟୀ, ୮ବର୍ଷ ତଳେ ମାର୍ମା କୌଣସି କାରଣରୁ ଟ୍ରେନ୍‌ ଯୋଗେ ପୁରୀ ଚାଲିଆସିଥିଲେ। ସେ ରେଳଷ୍ଟେଶନରେ ଭିକ୍ଷା ମାଗୁଥିବା ଦେଖି ଜିଲା ଶିଶୁ ମଙ୍ଗଳ କମିଟିର କର୍ମକର୍ତ୍ତାମାନେ ତାଙ୍କୁ ଉଦ୍ଧାର କରି କଣାସ ବ୍ଲକ ଦୟାବିହାରସ୍ଥିତ ମୂକ, ବଧିର ଆବାସିକ ବିଦ୍ୟାଳୟରେ ୨୦୧୨ ଜୁଲାଇ ୨୦ରେ ଥଇଥାନ କରାଇଥିଲେ। କର୍ମକର୍ତ୍ତାମାନଙ୍କ ଉତ୍ତମ ସେବା ଓ ଚିକିତ୍ସା ଯୋଗୁ ସେ ନିଜର ବାକ୍‌ ଓ ଶ୍ରବଣ ଶକ୍ତି ଫେରିପାଇଥିଲେ। ପରେ ତାଙ୍କୁ ଉକ୍ତ ଅନୁଷ୍ଠାନ ଦ୍ୱାରା ପରିଚାଳିତ ଶିଶୁ ଯତ୍ନ ବିଭାଗ (ବାଳାଶ୍ରମ)କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କ ଘର ଆନ୍ଧ୍ରପ୍ରଦେଶରେ ବୋଲି ଜଣାପଡ଼ିଥିଲା। ଏ ନେଇ ଜିଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଜିଲା ଶିଶୁ କଲ୍ୟାଣ କମିଟି ଅଧ୍ୟକ୍ଷ ମହାବୀର ରୁଦ୍ର ନାରୟଣ ସାହୁ ଏବଂ ପିଓ ଏନ୍‌ଆଇସି ସ୍ନିଧାରାଣୀ ସାହୁ ଚିତ୍ତୋର ଜିଲା ଶିଶୁ କଲ୍ୟାଣ କମିଟି ଅଧ୍ୟକ୍ଷଙ୍କୁ ଜଣାଇଥିଲେ। ସେମାନେ ମାର୍ମାଙ୍କ ପରିବାର ସମ୍ପର୍କରେ ଅନୁସନ୍ଧାନ କରି ସମସ୍ତ ବିଷୟ ଅବଗତ କରାଇଥିଲେ। ମାର୍ମାଙ୍କ ଭାଇ ଆର୍‌. ରାଜେନ୍ଦ୍ର ଏବଂ ଏମ୍‌. ମାନି ଗତ ୨୦ତାରିଖରେ ଉକ୍ତ ଅନୁଷ୍ଠାନରେ ପହଞ୍ଚି ଭଉଣୀକୁ ଦେଖି ଖୁସିରେ କାନ୍ଦି ପକାଇଥିଲେ। ପ୍ରତିଷ୍ଠାନ ଓ ଜିଲା ଶିଶୁ କଲ୍ୟାଣ କମିଟି ସହଯୋଗରେ ସେ ମାର୍ମାଙ୍କୁ ସାଥିରେ ଧରି ଘରକୁ ବାହୁଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri