୮ ବର୍ଷର ଶିଶୁକନ୍ୟାକୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବଡ଼ବିଲ,୬ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଜଣେ ୮ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିବା ଘଟଣାରେ ଅଟକ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲେ ଭଦ୍ରାସାହି ପଞ୍ଚାୟତର ସୁନିଆ ଓରଫ ଟିରୁ ଚାମ୍ପିଆ।
ସୂଚନାଯୋଗ୍ୟ, ରବିବାର ରାତିରେ ଭଦ୍ରାସାହି ପଞ୍ଚାୟତର ଏକ ଗ୍ରାମରେ ଏକୋଇଶା କାର୍ଯ୍ୟକ୍ରମ ଚାଲିଥିଲା। ରାତି ପ୍ରାୟ ୯ଟା ବେଳେ ପୀଡ଼ିତା ଶିଶୁକନ୍ୟାଟିକୁ ସେହି ଗ୍ରାମର ସୁନିଆ ଓରଫ ଟିରୁ ଟେକି ନେଇଥିବା ଜାଣିବାକୁ ପାଇ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ପାଇ ନ ଥିଲେ। ତେବେ ଦୀର୍ଘ ସମୟ ପରେ ଅଭିଯୁକ୍ତ ଜଣକ ଶିଶୁ କନ୍ୟାଟିକୁ ଆଣି ଛାଡ଼ି ଦେଇଥିଲା। ଏ ନେଇ ପୀଡ଼ିତା ଶିଶୁ କନ୍ୟାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦେବା ପରେ ସୋମବାର ପୋଲିସ ଏ ନେଇ ବଡ଼ବିଲ ଥାନା କେସ୍‌ ନଂ ୬୧/୨୦୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ଅଭିଯୁକ୍ତଙ୍କୁ ପୋଲିସ ବୁଧବାର କେନ୍ଦୁଝର ସ୍ପେଶାଲ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଇଥିବା ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri