Posted inଜାତୀୟ

୮୦-୯୦ ପୂରା ଶହେ ?, ନିଦରୁ ଜାଗନ୍ତୁ ପ୍ରଧାନମନ୍ତ୍ରୀ, ରାହୁଲଙ୍କ କଟାକ୍ଷ …

ନୂଆଦିଲ୍ଲୀ, ୧୬।୭ : ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କଟାକ୍ଷ କରି କହିଛନ୍ତି ଯେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ କୁମ୍ଭକର୍ଣ୍ଣ ନିଦରୁ ଜାଗନ୍ତୁ ଏବଂ ଆର୍ଥିକ ନୀତିରେ ସଂସ୍କାର ଆଣନ୍ତୁ। ଆନ୍ତଃବ୍ୟାଙ୍କ ବୈଦେଶିକ ମୁଦ୍ରା ବଜାରରେ ଆମେରିକାର ମୁଦ୍ରା ତୁଳନାରେ ଶୁକ୍ରବାର ଭାରତୀୟ ଟଙ୍କା ୧୭ ପଇସା ବୃଦ୍ଧି ହୋଇ ୭୯.୮୨ ଟଙ୍କାରେ ପହଞ୍ଚିଛି। ଗୁରୁବାର ଏହା କମି ୮୦ ଟଙ୍କାରୁ ଅଧିକ ହୋଇଯାଇଥିଲା।

ରାହୁଲ ଗାନ୍ଧୀ ଏକ ଫେସବୁକ ପୋଷ୍ଟରେ କହିଛନ୍ତି, ୮୦-୯୦ ପୂରା ଶହେ? ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ସେ ଟଙ୍କାକୁ ନେଇ ଲମ୍ବା ଭାଷଣ ଦେଉଥିଲେ। ପ୍ରଥମ ଥର ପାଇଁ ଟଙ୍କା ଆମେରିକା ଡଲାର ତୁଳନାରେ ୮୦ ଅତିକ୍ରମ କରିଛି। ଟଙ୍କା ଦୁର୍ବଳ ସ୍ଥିତିରେ ପହଞ୍ଚିଥିବା ରାହୁଲ କହିଛନ୍ତି। ରାହୁଲ କହିଛନ୍ତି ଦେଶର ଲୋକଙ୍କୁ ଟଙ୍କା ମୂଲ୍ୟର ଖରାପ ଅବସ୍ଥା ଏବଂ ଦିଗହୀନ ସରକାରଙ୍କ ଶୋଷଣ ପାଇଁ ଏଭଳି ସ୍ଥିତି ସୃଷ୍ଟି ହୋଇଛି।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏକ ଶକ୍ତିଶାଳୀ ଟଙ୍କା ପାଇଁ ଜଣେ ପ୍ରଧାନମନ୍ତ୍ରୀ ଆବଶ୍ୟକ। ବାସ୍ତବତା ଏବେ ତାହା ସାମ୍ନାକୁ ଆସିଛି।
ରାହୁଲ ଗାନ୍ଧୀ କହିଛନ୍ତି ଯେ ମୁଁ ପୁନର୍ବାର ଭାରତ ସରକାରଙ୍କୁ କହୁଛି, ତଥାପି ସମୟ ଅଛି, ଏବେ କୁମ୍ଭକର୍ଣ୍ଣ ନିଦରୁ ଉଠ। ମିଥ୍ୟା ଏବଂ ପ୍ରଚାର ରାଜନୀତିକୁ ବନ୍ଦ କର ଏବଂ ତୁରନ୍ତ ଅର୍ଥନୈତିକ ନୀତିରେ ସଂସ୍କାର ଆଣ। ତୁମର ବିଫଳତା ପାଇଁ ଦେଶର ସାଧାରଣ ଲୋକ ଦଣ୍ଡ ସହି ପାରିବେ ନାହିଁ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri