୮୦ କୋଟିର ସେଚପ୍ରକଳ୍ପ, ୮୦ ହେକ୍ଟରକୁ ମାଡୁନି ପାଣି

ବଡ଼ଗାଁ, ୧୬ା୯(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଞ୍ଚଳର ୭୦ ପ୍ରତିଶତ ପରିବାର ଚାଷ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରନ୍ତି। ବ୍ଲକ ଅଞ୍ଚଳରେ ଥିବା ୧୦ ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ପାଣିରେ ପ୍ରାୟ ୮ ଶହ ଏକର ଜମି ଜଳସେଚିତ ହୋଇଥାଏ। ବାକି ସମସ୍ତ ଜମିରେ ବର୍ଷା ଜଳ ଉପରେ ନିର୍ଭର କରି ଚାଷ ହୋଇଥାଏ। ଖରିଫ୍‌ ଧାନ ଚାଷ ଉପରେ ସମସ୍ତ ଚାଷୀ ନିର୍ଭର କରୁଥିବାରୁ ସ୍ବଳ୍ପ କିମ୍ବା ଅନିୟମିତ ବର୍ଷା ହେଲେ ଚାଷ ନଷ୍ଟ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ସରକାର ସଫେଇ ନଦୀରେ ମେଗା ଜଳସେଚନ ପ୍ରକଳ୍ପ ନିର୍ମାଣ ୨୦୧୮ରେ ଆରମ୍ଭ କରିଥିଲେ। ୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପର ଫଳକକୁ ୨୦୨୦ ଫେବୃଆରୀ ୨ ତାରିଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ। ସେଠାରେ ପ୍ରଦର୍ଶିତ ଭିଡିଓରେ ଚାଷୀ ହସୁଥିବାର ଦେଖାଇଥିଲେ। ବର୍ତ୍ତମାନ ଚାଷୀ ପ୍ରକଳ୍ପକୁ ଭାଙ୍ଗି ଦେବେ ବୋଲି ଚେତାବନୀ ଦେଇଥିବାରୁ ସରକାରଙ୍କ ମିଥ୍ୟା ପ୍ରଚାର ପଦାରେ ପଡ଼ିଛି। ଏହି ପ୍ରକଳ୍ପ ଚାଷୀଙ୍କ ଆବଶ୍ୟକତାକୁ ପୂରଣ କରିପାରୁନାହିଁ। ପ୍ରକଳ୍ପ ନିର୍ମାଣ ହେଲେ ୩୮ ଶହ ହେକ୍ଟର ଜମି ଜଳସେଚିତ ହେବ କୁହାଯାଇଥିଲା। କିନ୍ତୁ ୮୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲେ ମଧ୍ୟ ୮୦ ହେକ୍ଟର ଜମିକୁ ପାଣି ଯାଉନାହିଁ। ମେଗା ପ୍ରକଳ୍ପ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନଦୀ ଚିରସ୍ରୋତା ହୋଇ ନ ଥିବାରୁ ଚେକ୍‌ଡେମ ନିର୍ମାଣ ନ କଲେ ଜମିକୁ ଜଳସେଚିତ କରିବା ସମ୍ଭବ ନୁହେଁ ବୋଲି ଦାବିକରି ଚାଷୀମାନେ ମୁଖ୍ୟମନ୍ତ୍ରୀ, ଜିଲାପାଳ, ବିଭାଗୀୟ ଯନ୍ତ୍ରୀଙ୍କୁ ଜଣାଇ ନିରାଶ ହୋଇଛନ୍ତି। ନଦୀରେ ବାଲିବନ୍ଧ ପାଇଁ ଚାଷୀମାନେ ଦାବି କରିଥିଲେ ମଧ୍ୟ ପ୍ରକଳ୍ପର କର୍ମଚାରୀମାନେ ଠିକ ସ୍ଥାନରେ ବନ୍ଧ ତିଆରି ନ କରିବାରୁ ଗୁରୁବାର ଚାଷୀମାନେ ନିଜ ପ୍ରଚେଷ୍ଟାରେ ବନ୍ଧ ବାନ୍ଧିଛନ୍ତି। ବାରମ୍ବାର ପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ହତାଶ ହୋଇଥିବା ଚାଷୀମାନେ ସରକାର୍‌ ଅଣଦେଖା କରୁଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?