ନିଆଁରେ ୮୦ ଛେଳି, ୧ ଗାଈ ଜୀବନ୍ତଦଗ୍ଧ

କୁଜଙ୍ଗ,୨୧। ୧୨(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ଦୁଆଡିଆ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ସେଠାରେ ଥିବା ୮୦ ଛେଳି ସମେତ ଗୋଟିଏ ଗାଈ ଜୀବନ୍ତଦଗ୍ଧ ହୋଇଯାଇଛନ୍ତି। ଆଉ ଏକ ଗାଈର ଅବସ୍ଥା ଗୁରୁତର ରହିଛି। ଅଗ୍ନିକାଣ୍ଡରେ ଗ୍ରାମର ପହଲି ସ୍ବାଇଁଙ୍କ ପୁଅ ବାଦଲ ସ୍ବାଇଁ କ୍ଷତିଗ୍ରସ୍ତ ହୋଇଛନ୍ତି। ନିଅଁା ଲାଗିବାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ବିଦ୍ୟୁତ୍‌ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିତ୍ବା ଆଶଙ୍କା କରାଯାଉଛି। ନିଆଁ ଲାଗିବା ଦେଖି ପରିବାର ଲୋକେ ଓ ପଡ଼ୋଶୀ ଅବଶିଷ୍ଟ ଛେଳିଗୁଡ଼ିକୁ ଖୁଣ୍ଟରୁ ଫିଟାଇ ଦେବାରୁ ସେମାନେ ରକ୍ଷା ପାଇ ଯାଇଥିଲେ। ଖବରପାଇ କୁଜଙ୍ଗ ଦମକଳ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା। ରାଜସ୍ବ ବିଭାଗ ପକ୍ଷରୁ ଆରଆଇ ଦୀନବନ୍ଧୁ ସୋରେନ୍‌ ଓ ସନ୍ତୋଷ ଲେଙ୍କା ଘଟଣାସ୍ଥଳରେ ପହଞ୍ଚତ୍ ବିପନ୍ନ ପରିବାରକୁ ଜରିପାଲ ପ୍ରଦାନ କରିଛନ୍ତି। ସେ ଛଅବଖରା ଛେଳି ଘରେ ପ୍ରାୟ ୧୫୦ ଛେଳି ରଖି ପରିବାର ପ୍ରତିପୋଷଣ କରୁଥିଲେ। ଏହି ଅଗ୍ନିକାଣ୍ଡ ପରେ ବାଦଲ ଅସହାୟ ହୋଇପଡ଼ିଛନ୍ତି। ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାମାଜିକ କର୍ମୀ ନୂତନ ତ୍ରିପାଠୀ, ଯୁବ ନେତା ପ୍ରକାଶ ବେହେରା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri