୮୦ କେଜି ଗଞ୍ଜେଇ ଜବତ, ଗିରଫ ଦୁଇ ଅଣଓଡ଼ିଆ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୨।୧୧: ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗଞ୍ଜେଇ ଭର୍ତ୍ତି କାର୍‌କୁ ମଙ୍ଗଳବାର ଅବକାରୀ ପୋଲିସ ଜବତ କରିଛି। କାର୍‌ ଭିତରୁ ୮୦ କେଜି ଗଞ୍ଜେଇ ଜବତ କରିବା ସହ ଗଞ୍ଜେଇ ଚାଲାଣକାରୀ ସମେତ ଦୁଇ ଜଣ ଅଣଓଡ଼ିଆ ଯୁବକଙ୍କୁ ଅବକାରୀ ପୋଲିସ ଗିରଫ କରିଛି। ତେବେ ଗଞ୍ଜେଇ ଚାଲାଣକାରୀ ଉତ୍ତରପ୍ରଦେଶର ମହମ୍ମଦ ଅକିଲ ( ୩୦)ଉକ୍ତ କାର୍‌ର ମାଲିକ ବୋଲି ଜଣାପଡିଛି। ସେ ଉକ୍ତ ଗଞ୍ଜେଇ ବେଆଇନ ଭାବେ ଗଜପତି ଜିଲା ମୋହନାରୁ ଆଣି ବ୍ରହ୍ମପୁର ଦେଇ ବନାରସ ଚାଲାଣ କରିଥାନ୍ତେ ବୋଲି ପୋଲିସ ଜେରା ବେଳେ ଜାଣିବାକୁ ପାଇଛି। ଅକିଲଙ୍କୁ ଉକ୍ତ ଗଞ୍ଜେଇ ଚୋରା ଚାଲାଣ ରେ ସହଯୋଗ କରୁଥିବା ତାଙ୍କର ସହଯୋଗୀ ଚାନ୍ଦ ମହମ୍ମଦ(୨୦)ଙ୍କୁ ମଧ୍ୟ ଅବକାରୀ ପୋଲିସ ଗିରଫ କରିଛି। ମଙ୍ଗଳବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଅବକାରୀ ଡେପୁଟି କମିଶନର ଅଶୋକ କୁମାର ଶତପଥୀ ସୂଚନା ଦେଇଛନ୍ତି। ଜବତ କାର୍‌ ଓ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୮ ଲକ୍ଷ ଟଙ୍କା ହେବ ବୋଲି ସେ କହିଛନ୍ତି। ଏହି ଚଢାଉରେ ଅବକାରୀ ଗୁଇନ୍ଦା ଡେପୁଟି ସୁପରଟେଣ୍ଡେଣ୍ଟ କୁବେର ସେଠୀ, ଇନ୍ସିପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଗୀତାଞ୍ଜଳି ଦାସ , ଏସ୍‌ଆଇ ସୁଦର୍ଶନ ବିଷୋୟୀ , ବ୍ରଜ ବିହାରୀ ନାୟକ ପ୍ରମୁଖ ସାମିଲ ଥିଲେ।
ଗଞ୍ଜାମ ଜିଲା ଦେଇ ବିଭିନ୍ନ ସ୍ଥାନକୁ ଗଞ୍ଜେଇ ରୀତିମତ ଭାବେ ଚାଲାଣ ହେଉଛି। ଗଜପତି ଓ କନ୍ଧମାଳରୁ ବେଆଇନ ଭାବେ ଏହି ଗଞ୍ଜେଇ ବେଆଇନ ଭାବେ ଚୋରା ଚାଲାଣ ହୋଇଥାଏ। ଏହି ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଅବକାରୀ ଗୁଇନ୍ଦା ବିଭାଗ ଜିଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଅବକାରୀ ଗୁଇନ୍ଦା ବିଭାଗ (ଦକ୍ଷିଣାଞ୍ଚଳ) ଡେପୁଟି କମିଶନର ଅଶୋକ କୁମାର ଶତପଥୀଙ୍କ ନିର୍ଦ୍ଦେଶରେ ଅବକାରୀ ଗୁଇନ୍ଦା ଟିମ୍‌ ସୋମବାର ବିଳମ୍ବିତ ରାତିରେ କୁକୁ ନିକଟରେ ବ୍ଲକିଂ ଓ ଚେକିଂ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri